ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ, ଭିତରେ ଥିଲେ ଯାତ୍ରୀ

ଖଜୁରୀପଡ଼ା ୧୭।୩( ବିଦୁର ବେହେରା): ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦର ଛକ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଭିତରେ ଥିବା ୬ ଜଣ ଯାତ୍ରୀ ସମେତ ଅଟୋ ଚାଳକ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ସୂଚନା ମୁତାବକ, ଖଜୁରୀପଡ଼ା ବଜାରରେ ଘରୋଇ ବ୍ୟବହାର୍ଯ୍ୟ ରାଶନ ସାମଗ୍ରୀ କିଣିବା ପରେ ନିଜ ଗାଁ ଆଡା ପାଜୂ ଅତୁଲ ଅଟୋ ନଂ ଓଡି ୧୨ଇ୨୭୮୭ ଯୋଗେ ଫେରୁଥିବା ବେଳେ ସମ୍ବେପଦର ଛକ ଠାରେ ବିପରୀତ ଦିଗରୁ ଏକ ଦ୍ରୁତଗାମୀ ଗାଡ଼ି ଆସୁଥିବା ଦେଖି ଅଟୋ ଚାଳକ ଭାରସାମ୍ୟ ହରାଇବା ଦ୍ବାରା ଅଟୋଟି ଓଲଟିପଡ଼ିଛି। ଗାଡ଼ିରେ ବସିଥିବା ୬ ଜଣ ଯାତ୍ରୀ ସମେତ ଅଟୋ ଚାଳକ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବରପାଇ ଘଟଣାସ୍ଥଳରେ ହାବିଲଦାର ପ୍ରଦୀପ କୁମାର ବେହେରା ସମେତ ଅଗ୍ନିଶମବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଖଜୁରୀପଡ଼ା ମେଡିକାଲରେ ଭର୍ତ୍ତି କରିଛି। ଅନ୍ୟପକ୍ଷେ ପୋଲିସ ବାହିନୀ ମେଡିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁଯାୟୀ ଆହତ ବ୍ୟକ୍ତିମାନେ ହେଲେ ଆଡ଼ା ପାଯୁ ଗ୍ରାମର ତ୍ରିବେଣୀ କହଁର ,ଜଗଦୀଶ କହଁର, ସୀତା କହଁର, ଲତିକା କହଁର,ଜେମା ଦେଇ କହଁର,ସର୍ଜିନି କହଁର ଏବଂ ଅଟୋ ଚାଳକ ଅକ୍ଷୟ କହଁର ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri