ଘାଟିରେ ଓଲଟିଲା ଅଟୋ, ୧୮ ଆହତ

ଝରିଗାଁ,୧୨ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଘାଟିରେ ରବିବାର ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ନିର୍ବାଚନ ପାଇଁ ପ୍ରାୟ ଗାଡ଼ି ନିର୍ବାଚନ ଡ୍ୟୁଟିରେ ନିୟୋଜିତ ଥିବା ବେଳେ ଉମରକୋଟ ବ୍ଲକ ସାନଭରଣ୍ଡୀ ଗ୍ରାମର ଛୋଟ ବଡ଼ ମିଶି ପ୍ରାୟ ୨୨ଜଣ ଏକ ଅଟୋ (ସିଜି ୧୭ ଟି ୧୬୦୨) ଯୋଗେ ଚନ୍ଦାହାଣ୍ଡି ବ୍ଲକ ଫଟିକି ଗ୍ରାମକୁ ଭାଜପା ଏମ୍‌ପି ପ୍ରାର୍ଥୀ ବଳଭଦ୍ର ମାଝିଙ୍କୁ ଭେଟିବାକୁ ଯିବା ବେଳେ ସକାଳେ ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଭାରସାମ୍ୟ ହରାଇ ଅଟୋ ଓଲଟି ପଡ଼ିଥିଲା। ଫଳରେ ଅଟୋରେ ବସିଥିବା ଲୋକମାନେ ଛିଟିକି ହୋଇ ରାସ୍ତାରେ ପଡ଼ିଥଲେ। ସେହି ରାସ୍ତା ଦେଇ ଯାଉଥିବା ଠିକାଦାର ଗୋକୁଳ ପଟ୍ଟନାୟକ ଏବଂ ଅନିଲ ଜୈନ ଦୁର୍ଘଟଣା ଦେଖି ତୁରନ୍ତ କିଛି ଗୁରୁତରମାନଙ୍କୁ ନିଜ ଗାଡ଼ିରେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏହାପରେ ଆମ୍ବୁଲାନ୍ସକୁ ଯୋଗାଯୋଗ କରି ଅନ୍ୟମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଗାଡ଼ିରେ ଥିବା ୨୨ ଜଣ ମଧ୍ୟରୁ ୯ଜଣ ମହିଳା, ଦୁଇ ଜଣ ଶିଶୁ ଏବଂ ୭ଜଣ ପୁରୁଷ ଗୁରୁତର ଥିବା ବେଳେ ବୈଦି ରାଜ ଗଣ୍ଡ (୪୫) କାନ୍ଧରେ ପ୍ରବଳ ଆଘାତ ହୋଇଥିବା ଯୋଗୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଆହତମାନେ ହେଲେ ପାର କମାର (୭୦), ରତନା କମାର (୭୦), ଲଚିନ୍ଦର୍‌ ଗଣ୍ଡ (୬୮), ସୁକାନ୍ତି ଗଣ୍ଡ (୩୦), ଜଗଦିଶ ଗଣ୍ଡ (୪୫), ଅଟୋ ଚାଳକ ମୁନା ହରିଜନ (୩୦), ଦୂତିକା ଗଣ୍ଡ (୨୨), ଗୋପୀନାଥ ଗଣ୍ଡ (୩), ପଦ୍ମା ଗୌଡ଼ (୩୪), ସନ୍ଧ୍ୟା କମାର (୨), ଗାୟତ୍ରୀ କମାର (୩୦), ହେମା କମାର (୨୨) ଅଟନ୍ତି l ସେହିପରି ଅନ୍ୟମାନେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଥିବା ଡାକ୍ତର ଅରବିନ୍ଦ ପଣ୍ଡା ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri