ଘାଟିରେ ଓଲଟିଲା ଅଟୋ, ୧୮ ଆହତ

ଝରିଗାଁ,୧୨ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଘାଟିରେ ରବିବାର ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ନିର୍ବାଚନ ପାଇଁ ପ୍ରାୟ ଗାଡ଼ି ନିର୍ବାଚନ ଡ୍ୟୁଟିରେ ନିୟୋଜିତ ଥିବା ବେଳେ ଉମରକୋଟ ବ୍ଲକ ସାନଭରଣ୍ଡୀ ଗ୍ରାମର ଛୋଟ ବଡ଼ ମିଶି ପ୍ରାୟ ୨୨ଜଣ ଏକ ଅଟୋ (ସିଜି ୧୭ ଟି ୧୬୦୨) ଯୋଗେ ଚନ୍ଦାହାଣ୍ଡି ବ୍ଲକ ଫଟିକି ଗ୍ରାମକୁ ଭାଜପା ଏମ୍‌ପି ପ୍ରାର୍ଥୀ ବଳଭଦ୍ର ମାଝିଙ୍କୁ ଭେଟିବାକୁ ଯିବା ବେଳେ ସକାଳେ ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଭାରସାମ୍ୟ ହରାଇ ଅଟୋ ଓଲଟି ପଡ଼ିଥିଲା। ଫଳରେ ଅଟୋରେ ବସିଥିବା ଲୋକମାନେ ଛିଟିକି ହୋଇ ରାସ୍ତାରେ ପଡ଼ିଥଲେ। ସେହି ରାସ୍ତା ଦେଇ ଯାଉଥିବା ଠିକାଦାର ଗୋକୁଳ ପଟ୍ଟନାୟକ ଏବଂ ଅନିଲ ଜୈନ ଦୁର୍ଘଟଣା ଦେଖି ତୁରନ୍ତ କିଛି ଗୁରୁତରମାନଙ୍କୁ ନିଜ ଗାଡ଼ିରେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏହାପରେ ଆମ୍ବୁଲାନ୍ସକୁ ଯୋଗାଯୋଗ କରି ଅନ୍ୟମାନଙ୍କୁ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଗାଡ଼ିରେ ଥିବା ୨୨ ଜଣ ମଧ୍ୟରୁ ୯ଜଣ ମହିଳା, ଦୁଇ ଜଣ ଶିଶୁ ଏବଂ ୭ଜଣ ପୁରୁଷ ଗୁରୁତର ଥିବା ବେଳେ ବୈଦି ରାଜ ଗଣ୍ଡ (୪୫) କାନ୍ଧରେ ପ୍ରବଳ ଆଘାତ ହୋଇଥିବା ଯୋଗୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ଆହତମାନେ ହେଲେ ପାର କମାର (୭୦), ରତନା କମାର (୭୦), ଲଚିନ୍ଦର୍‌ ଗଣ୍ଡ (୬୮), ସୁକାନ୍ତି ଗଣ୍ଡ (୩୦), ଜଗଦିଶ ଗଣ୍ଡ (୪୫), ଅଟୋ ଚାଳକ ମୁନା ହରିଜନ (୩୦), ଦୂତିକା ଗଣ୍ଡ (୨୨), ଗୋପୀନାଥ ଗଣ୍ଡ (୩), ପଦ୍ମା ଗୌଡ଼ (୩୪), ସନ୍ଧ୍ୟା କମାର (୨), ଗାୟତ୍ରୀ କମାର (୩୦), ହେମା କମାର (୨୨) ଅଟନ୍ତି l ସେହିପରି ଅନ୍ୟମାନେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଥିବା ଡାକ୍ତର ଅରବିନ୍ଦ ପଣ୍ଡା ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri