ଘାଟିରେ ଓଲଟିଲା ଅଟୋ ଜଣେ ମୃତ, ୪ ଗୁରୁତର

ପଟ୍ଟାଙ୍ଗି, ୩୧।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସୁଙ୍କି ଥାନା ଅଧୀନ ଲାଉଡି ଘାଟରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ମିଳିଥିବା ସୂଚନା ମୁତାବକ, ବ୍ଲକର ଅମ୍ପାବାଲି ପଞ୍ଚାୟତରେ ଭାରତମାଳା ରାସ୍ତା କାମରେ ନିୟୋଜିତ ହୋଇଥିବା ଆସାମର ଶ୍ରମିକମାନେ ଛୁଟି ନେଇ ଏକ ଅଟୋ ଯୋଗେ ସୁଙ୍କି ଅଭିମୁଖେ ଆସୁଥିଲେ। ଏହି ସମୟରେ ଅଟୋଟି ଭାରସାମ୍ୟ ହରାଇ ଲାଉଡି ଘାଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଅଟୋରେ ଥିବା ଆସାମର ପୁତୁମ୍‌ ରାବା , ସାମି ମିଟୁ, ସୁବାଇ ରାମ, ସୁବାଇ ସୁନ୍ଦର ରାଏଙ୍କ ସହ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଆହତଙ୍କୁ ସୁଙ୍କି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ପଟ୍ଟାଙ୍ଗି ଡାକ୍ତରଖାନକୁ ସ୍ଥାନାନ୍ତର କରାଯାଇଥିଲା। ପୁତୁମ୍‌ ରାବାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟମାନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ କୋରାପୁଟ ସ୍ଥାନାନ୍ତର କରାଯାଇଛି। ସୁଙ୍କି ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଘଟଣାସ୍ଥଳରୁ ଦୁର୍ଘଟଣା ଗ୍ରସ୍ତ ଅଟୋକୁ ଉଠାଇନେଇ କୌଣସି ସ୍ଥାନରେ ଲୁଚାଇ ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତକରି ବ୍ୟବଚ୍ଛେଦ ପରେ ଭାରତମାଳା କମ୍ପାନୀ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri