ଝିଅର ମୁଣ୍ଡନ ପାଇଁ ଯାଇଥିଲେ, ବାଙ୍କେଶ୍ୱରୀ ଘାଟିରେ ଓଲଟି ପଡ଼ିଲା ଅଟୋ;୯ ଆହତ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ମା’ ନିଜ ବାଙ୍କେଶ୍ୱରୀ ଘାଟି ରାସ୍ତାର ପିଲିକାଢିଅ ଗ୍ରାମ ନିକଟ ବୁଲାଣିରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଅଟୋ( ନଂ. ଓଡ଼ି ୦୭ ଭି – ୯୪୫୬) ମଙ୍ଗଳବାର ଅପରାହ୍ନ ପ୍ରାୟ ୨ ଟାରେ ଓଲଟି ପଡିବାରୁ ୯ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନେ ହେଲେ ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମର ଭଗବାନ ପାଳ, ରଶ୍ମିତା ପାଳ,ପଙ୍କଜ ପାଳ,ଆଶିଷ ପାଳ, ପ୍ରୀୟାଂଶୁ ପାଳ, ସ୍ନେହା ପାଳ, କୃଷ୍ଣଚନ୍ଦ୍ର ପାଳ, ଓମ ବିଶାଳ ଏବଂ ଅଟୋ ଚାଳକ ବସନ୍ତ ସେଠୀ। ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଏବଂ ଆମ୍ବୁଲାନ୍ସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ କିଛି ଗ୍ରାମବାସୀଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଭଗବାନଙ୍କ ଝିଅର ମୁଣ୍ଡନ କାର୍ଯ୍ୟ ପାଇଁ ପାଳ ପରିବାରର ସଦସ୍ୟ ସକାଳେ କେରାଣ୍ଡିିମାଳ ପାହାଡ଼ ଉପରେ ଥିବା ମା’ ନିଜ ବାଙ୍କେଶ୍ୱରୀ ମନ୍ଦିରକୁ ଯାଇଥିଲେ। ସେଠାରେ ଭୋଜି ଖାଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି। ସେହିପରି ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆ ନାଳ ଛକ ନିକଟ ମା’ କୁରେଇଶୁଣି ମନ୍ଦିର ନିକଟରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ଯାତ୍ରୀବାହୀ ଅଟୋ(ନଂ. ଓଡ଼ି ୦୭ ଏଟି -୯୨୫୬) ପଛକୁ ଏକ ବୋଲେରୋ ଗାଡ଼ି ଧକ୍କା ଦେବାରୁ ଅଟୋଟି ରାସ୍ତାକଡ଼ରେ ଥିବା ଏକ ଗଛ ସହ ପିଟି ହୋଇଯାଇଥିଲା। ସେଥିରେ ଥିବା ୮ ଜଣ ଆହାତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।ଆହାତ ମାନଙ୍କ ପରିଚୟ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri