ଝିଅର ମୁଣ୍ଡନ ପାଇଁ ଯାଇଥିଲେ, ବାଙ୍କେଶ୍ୱରୀ ଘାଟିରେ ଓଲଟି ପଡ଼ିଲା ଅଟୋ;୯ ଆହତ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ମା’ ନିଜ ବାଙ୍କେଶ୍ୱରୀ ଘାଟି ରାସ୍ତାର ପିଲିକାଢିଅ ଗ୍ରାମ ନିକଟ ବୁଲାଣିରେ ଏକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଅଟୋ( ନଂ. ଓଡ଼ି ୦୭ ଭି – ୯୪୫୬) ମଙ୍ଗଳବାର ଅପରାହ୍ନ ପ୍ରାୟ ୨ ଟାରେ ଓଲଟି ପଡିବାରୁ ୯ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନେ ହେଲେ ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମର ଭଗବାନ ପାଳ, ରଶ୍ମିତା ପାଳ,ପଙ୍କଜ ପାଳ,ଆଶିଷ ପାଳ, ପ୍ରୀୟାଂଶୁ ପାଳ, ସ୍ନେହା ପାଳ, କୃଷ୍ଣଚନ୍ଦ୍ର ପାଳ, ଓମ ବିଶାଳ ଏବଂ ଅଟୋ ଚାଳକ ବସନ୍ତ ସେଠୀ। ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ଏବଂ ଆମ୍ବୁଲାନ୍ସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ କିଛି ଗ୍ରାମବାସୀଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଭଗବାନଙ୍କ ଝିଅର ମୁଣ୍ଡନ କାର୍ଯ୍ୟ ପାଇଁ ପାଳ ପରିବାରର ସଦସ୍ୟ ସକାଳେ କେରାଣ୍ଡିିମାଳ ପାହାଡ଼ ଉପରେ ଥିବା ମା’ ନିଜ ବାଙ୍କେଶ୍ୱରୀ ମନ୍ଦିରକୁ ଯାଇଥିଲେ। ସେଠାରେ ଭୋଜି ଖାଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି। ସେହିପରି ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆ ନାଳ ଛକ ନିକଟ ମା’ କୁରେଇଶୁଣି ମନ୍ଦିର ନିକଟରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ଯାତ୍ରୀବାହୀ ଅଟୋ(ନଂ. ଓଡ଼ି ୦୭ ଏଟି -୯୨୫୬) ପଛକୁ ଏକ ବୋଲେରୋ ଗାଡ଼ି ଧକ୍କା ଦେବାରୁ ଅଟୋଟି ରାସ୍ତାକଡ଼ରେ ଥିବା ଏକ ଗଛ ସହ ପିଟି ହୋଇଯାଇଥିଲା। ସେଥିରେ ଥିବା ୮ ଜଣ ଆହାତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।ଆହାତ ମାନଙ୍କ ପରିଚୟ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri