ତପ୍ତପାଣି ଘାଟିରେ ଓଲଟିଲା ଅଟୋ, ୭ ଗୁରୁତର ଆହତ 

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ ଟାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା । ଅଟୋ ଓଲଟି ପଡ଼ିବାରୁ ୭ ଜଣ ଗୁରୁତର ଆହାତ ହୋଇଛନ୍ତି । ଆହତମାନେ ହେଲେ ଗଞ୍ଜାମ ଜିଲା ଧରାକୋଟ ବ୍ଲକ ସାବା ପଞ୍ଚାୟତ ଅର୍ଜୁନ ପଲ୍ଲୀ ଗାଁ ର ରୀନା ଦଳାଇ(୨୦),ହରିଶ୍ଚନ୍ଦ୍ର ଦଳାଇ(୫୦),କୁନି ଦଳାଇ(୪୭),ଜେମା ଦଳାଇ(୪୫),କୁନି ନାୟକ(୪୦),ରାହୁଲ ନାୟକ(୧୦) ଏବଂ ମାଣିକପୁର ଗ୍ରାମର ବଳରାମ ଛାଟୋଇ(୫୨)। ଆହତମାନଙ୍କୁ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ କର୍ମଚାରୀ ବୃନ୍ଦ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।

ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ବେଲଗଡ ଗାଁକୁ ଅଟୋ ଯୋଗେ ଭୋଜି ଖାଇବାକୁ ଯାଉଥିବା ବେଳେ ଅଟୋଟି ଯାନ୍ତ୍ରିକ ତ୍ରୁଟି କାରଣରୁ ଘାଟି ଉଠି ପାରିନଥିଲା। ପରବର୍ତ୍ତୀ ସମୟରେ ବ୍ରେକଫେଲ୍ କାରଣରୁ ଚାଳକଙ୍କ ସମସ୍ତ ଉଦ୍ୟମ ସତ୍ତ୍ବେ ଅଟୋଟି ପ୍ରାୟ ୫ ମିନଟ ଧରି ଘାଟି ରାସ୍ତାର ତଳକୁ ତଳକୁ ଗଡ଼ି ଗଡ଼ି ଯାଇ ଦୁର୍ଘଟଣା ହୋଇଥିବା ଜଣାପଡିଛି । ପୋଲିସ ଟିମ୍ ଦୁର୍ଘଟଣାଗସ୍ତ ଅଟୋକୁ ଜବତ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?