ଗଛକୁ ଧକ୍କା ଦେଲା ଡାଲା ଅଟୋ; ୬ ଶ୍ରମିକ ଆହତ, ୨ ଗୁରୁତର

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ଦଶେଇପୁର ଗାଁ ଛକ ନିକଟରେ ରବିବାର ଅପରାହ୍ନ ପ୍ରାୟ ସାଢ଼େ ୨ ଟାରେ ଏକ ଡାଲା ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ରାସ୍ତା କଡରେ ଥିବା ଏକ ଗଛକୁ ଭାରସାମ୍ୟ ହରାଇ ଧକ୍କା ଦେବା ଫଳରେ ସେଥିରେ ଥିବା ୨ ମହିଳାଙ୍କ ସମେତ ଅନ୍ୟ ୪ ଜଣ ଆହତ ହୋଇଛନ୍ତି।

ଆହତ ଶ୍ରମିକ ମାନେ ହେଲେ ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ପନାଡ ଗ୍ରାମର ଆକାଶ ନାୟକ, ସନ୍ଧ୍ୟା ନାୟକ, ଦୀପା ନାୟକ ଏବଂ ରବି ନାୟକ ଏବଂ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମର ମିଟୁ ଗୌଡ ଓ ମୌଳାଭଞ୍ଜା ପଞ୍ଚାୟତ ଗୁମ୍ମା ଗ୍ରାମର ଶିବ ମାଦଳା ବୋଲି ଜଣାପଡିଛି।

ଆହତ ମାନଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ରବି ଏବଂ ଶିବଙ୍କ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଦିଆଯାଇଛି।ଗଜପତି ଜିଲା କମଳାପୁର ଗ୍ରାମରେ ଏକ ନିର୍ମାଣାଧୀନ ଘରର ଢଳେଇ କାମ ସାରି  ଶ୍ରମିକ ମାନେ ଅଟୋରେ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri