ଅଟୋ ସେକ୍ଟରକୁ ପିଏଲ୍‌ଆଇ ପ୍ୟାକେଜ, ୭.୫ ଲକ୍ଷଙ୍କୁ ମିଳିବ ନିଯୁକ୍ତି…

ନୂଆଦିଲ୍ଲୀ,୧୫।୯: ଅଟୋ ଏବଂ ଡ୍ରୋନ୍‌ ସେକ୍ଟର ପାଇଁ ପ୍ରଡକଶନ୍‌ ଲିଙ୍କ୍‌ ଇନସେନଟିଭ୍‌ (ପିଏଲ୍‌ଆଇ) ଯୋଜନା ଅନ୍ତର୍ଗତ ୫୭,୦୪୩ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରାଯାଇଛି। ବୁଧବାର ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଏହାକୁ ମଞ୍ଜୁରୀ ମିଳିଛି। ଧାର୍ଯ୍ୟ ପ୍ୟାକେଜ ମଧ୍ୟରୁ ଅଟୋ ସେକ୍ଟରକୁ ୨୫,୯୩୮ କୋଟି ଟଙ୍କାର ପ୍ୟାକେଜ ପ୍ରଦାନ କରାଯିବ।

ଏହା ଦ୍ୱାରା ଅଟୋ ସେକ୍ଟରରେ ୭.୫ ଲକ୍ଷ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ବୋଲି ସରକାର ଅନୁମାନ କରୁଛନ୍ତି। ଏହି ପ୍ୟାକେଜ୍‌ ଦ୍ୱାରା ଦେଶରେ ବିଦ୍ୟୁତ୍‌ ଚାଳିତ ଯାନ ବାହନ ନିର୍ମାଣ ପ୍ରୋତ୍ସାହିତ ହୋଇପାରିବ ବୋଲିି କୁହାଯାଉଛି।

କ୍ୟାବିନେଟ୍‌ ମଞ୍ଜୁରୀକୁ ଅଟୋ କମ୍ପାନୀ ସଂଗଠନ ଏସ୍‌ଆଇଏଏମ୍‌ ପକ୍ଷରୁ ସ୍ବାଗତ କରାଯାଇଛି। ଏହା ମାଧ୍ୟମରେ ଅଟୋ ସେକ୍ଟର ବିକାଶ ସମ୍ଭବ ହୋଇ ପାରିବ ବୋଲି ସଂଗଠନ କହିଛି।

ସୂଚନାଯୋଗ୍ୟ, ଏହି ପ୍ୟାକେଜ୍‌ରେ ଇଲୋକ୍ଟ୍ରୋନିକ୍ସ ପାଓ୍ବାର ଷ୍ଟିୟରିଂ, ଅଟୋମେଟିକ୍‌ ଟ୍ରାନ୍ସମିଶନ ଆସେମ୍ବ୍ଲି, ସେନସର, ସନ୍‌ରୁଫ୍‌, ସୁପର କାପାସିଟର, ଆଡପ୍ଟିଭ୍‌ ଫ୍ରଣ୍ଟ୍‌ ଲାଇଟିଂ, ଟାୟାର ପ୍ରେସର ମନିଟରିଂ ସିଷ୍ଟମ୍‌, ଅଯୋମେଟିକ୍‌ ବ୍ରେକିଂ, କୋଲିଜନ ଓ୍ବାର୍ନିଂ ସିଷ୍ଟମ୍‌ ଆଦିକୁ ଅନ୍ତର୍ଭୁକ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ।...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri