ନାଁକୁ ଅଟୋରେ ଥିଲେ ଯାତ୍ରୀ, କରୁଥିଲେ ଗଞ୍ଜେଇ ଚାଲାଣ: ମାଡ଼ି ବସିଲା ପୋଲିସ

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ ଶନିବାର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟାରେ ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ପୋଡ଼ାମାରି ପୋଲିସ ଚେକ ଗେଟ ନିକଟରେ ଗାଡ଼ି ଚେକିଂ କରୁଥିଲେ। ଗଜପତି ଜିଲା ରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଆସୁଥିବା ଏକ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି୦୭ ଏପି ୧୯୦୯) କୁ ଥାନା ଏସ୍‌ଆଇ ଶୁଭଲକ୍ଷ୍ମୀ କହଁର ଅଟକାଇ ତଲାସି କରିବାରୁ ସେଥିରେ ଗଞ୍ଜେଇ ଥିବା ଜଣାପଡିଥିଲା। ଏନେଇ ସେ ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କୁ ଫୋନ ଯୋଗେ ଜଣାଇଥିଲେ। ପରେ ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର ତଥା ଏକ୍ଜିକ୍ୟୁଟିଭ ମାଜିଷ୍ଟ୍ରେଟ ଦିଲୀପ କୁମାର ଜେନାଙ୍କ ଉପସ୍ଥିତିରେ ଗଞ୍ଜେଇ ଜବତ କରାଯିବା ସହ ଓଜନ କରିବାରୁ ତାହା ୪୨ କେଜି ୪ ଶହ ଗ୍ରାମ ହୋଇଥିଲା। ଏହି ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଗଜପତି ଜିଲା ମୋହନା ଥାନା ବୁରୁଢ଼ଇ ଗ୍ରାମରେ ରହୁଥିବା ବାରିଆବନ୍ଧ ଗ୍ରାମର ଜିଶୟ ଶବର ଏବଂ ବାରିଆବନ୍ଧ ଗ୍ରାମର ଅରୁଣ ଗୌଡ଼ଙ୍କୁ ପୋଲିସ ଥାନାକୁ ଉଠାଇ ଆଣି ପଚରାଉଚୁରା କରିବା ପରେ ଉକ୍ତ ଗଞ୍ଜେଇକୁ ବିକ୍ରି କରିବା ପାଇଁ ବ୍ରହ୍ମପୁର ଷ୍ଟେଶନ ଅଭିମୁଖେ ସେମାନେ ଯାଉଥିବା ସ୍ବୀକାର କରିଥିଲେ। ଏନେଇ ଏସ୍‌ଆଇଙ୍କ ଏତଲା କ୍ରମେ ଥାନା ମାମଲା ନଂ.୪୬୩/୨୫ ଅନୁଯାୟୀ ଅଭିଯୁକ୍ତ ଦ୍ବୟଙ୍କୁ ଗିରଫ କରାଯାଇଛି। ରବିବାର ଉଭୟ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ସ୍ଥିତ ଜିଲା ଜଜ କୋର୍ଟକୁ ଚାଲାଣ କରାଯିବ ବୋଲି ଆଇଆଇସି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri