ଅଟୋ-ଟ୍ରକ ମୁହାଁମୁହିଁ: ୫ ମୃତ୍ୟୁ, କେବଳ ଗୋଟିଏ ପରିବାରରୁ ୩ ଜଣ

କାମାକ୍ଷାନଗର,୨୮।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଥରଖମ୍ବ ଛକରେ ରବିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଅଟୋ ଡ୍ରାଇଭରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକଙ୍କ ଘର କାମାକ୍ଷାନଗର ଥାନା ବାଙ୍ଗୁରା ଗ୍ରାମରେ ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, (ଏବି୦୬ ଏଫ୍‌ ୯୫୯୦)ନଂ. ଏକ ଅଟୋରେ ବାଙ୍ଗୁରା ଗ୍ରାମର ଆଦିକନ୍ଦ ସାମଲ, ତାଙ୍କ ଭାଇ ଭେଲୁ ସାମଲ ଓ ଭେଲୁଙ୍କ ପୁଅ ପିଣ୍ଟୁ ସାମଲ, ପହଲି ସାମଲ ଟୋଲ ପେଷାଇବାପାଇଁ ବଣ୍ଟି ସାମଲଙ୍କ ଅଟୋରେ ମୁକ୍ତାପଶି ଗ୍ରାମକୁ ଜାତୀୟ ରାଜପଥ ୫୩ ଦେଇ ଯାଉଥିଲେ। ସେହି ସମୟରେ ବିପରୀତ ଦିଗରୁ ଆସୁଥିବା (ଏଡି୦୫ଏଚ୦୮୨୫) ନଂ. ଏକ କୋଇଲା ବୋଝେଇ ଟ୍ରକ ସହ ଅଟୋ ମୁହାଁମୁହିଁ ହୋଇଥିଲା। ଏଥିରେ ଅଟୋ ଡ୍ରାଇଭର ବଣ୍ଟିଙ୍କ ସମେତ ସମସ୍ତ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ତେବେ ଟ୍ରକ୍‌ ଡ୍ରାଇଭର ଓ ହେଲ୍‌ପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବରପାଇ କାମାକ୍ଷାନଗର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ଚପା ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri