ଅଟୋ-ଟ୍ରକ୍‌ ଧକ୍କା: ପରିବାରର ୩ ମୃତ

ଭବାନୀପାଟଣା/ଜୁନାଗଡ଼,୨୦।୯(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ):  କଳାହାଣ୍ଡି ଜିଲାରେ ବୁଧବାର ଗଣପର୍ବ ନୂଆଁଖାଇ ପାଳନ ହେବ। ଏହାପୂର୍ବରୁ ମଙ୍ଗଳବାର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଜିଲାର ଜୁନାଗଡ ଥାନା ଅଧୀନ ଚିକିଲି ଛକ ବୁଲାଣି ନିକଟରେ ଅଟୋ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଅଟୋରେ ବସିଥିବା ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଥୁଆମୂଳ ରାମପୁର ଥାନା କାଠକୁରା ଗ୍ରାମର କୃଷ୍ଣଚନ୍ଦ୍ର ନାଏକ (୨୫), ପଦୁଶର ନାଏକ (୫୦) ଓ ଅମୃତସର ନାଏକ (୪୫)। ଦୁର୍ଘଟଣାରେ ଗୁରୁତର ୬ଜଣ ଆହତଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କାଠକୁରା ଗ୍ରାମର ଗୋଟିଏ ପରିବାରର ୯ଜଣ ପୂର୍ବାହ୍ନରେ ଏକ ଅଟୋ (ନଂ.ଓଡି୦୮- ଏସ୍‌୯୩୬୯) ଯୋଗେ ଧର୍ମଗଡ ବ୍ଲକ ଛିଲିପା ଗ୍ରାମର ସମ୍ପର୍କୀୟ ଘରକୁ ଯାଉଥିଲେ। ଏହି ସମୟରେ ବାଟରେ ଜୁନାଗଡ ଥାନା ଚିକିଲି ଛକ ବୁଲାଣି ନିକଟରେ ଜୁନାଗଡ ପଟୁ ଆସୁଥିବା ଏକ ଟ୍ରକ୍‌ (ନଂ.ସିଜି୦୭ସି-୩୪୯୬) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଅଟୋରେ ବସିଥିବା ସମସ୍ତେ ଗୁରୁତର ହୋଇଥିଲେ। ପ୍ରଥମେ ସେମାନଙ୍କୁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ସହିତ ଚାଳକଙ୍କୁ ସ୍ଥାନୀୟ ଚିଲଗୁଡା ଫାଣ୍ଡିରେ ଅଟକ ରଖାଯାଇଥିବା ପୋଲିସଠାରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri