ଅଙ୍କିତ ମିଷ୍ଟର ସାଇନିଂ ଷ୍ଟାର ଟାଇଟଲ ବିଜୟୀ

ସୁନ୍ଦରଗଡ, ୨୯।୧୨ (ଡି.ଏନ.ଏ.): କଲିକତାଠାରେ ଅନୁଷ୍ଠିତ ମିଶନ ଡ୍ରିମ୍‌ସ ମିଷ୍ଟର ଇଣ୍ଡିଆ-୨୦୨୦ ଫାଇନାଲରେ ସୁନ୍ଦରଗଡର ଅଙ୍କିତ ପଟେଲ ଅଂଶଗ୍ରହଣ କରି ଓଡିଶା ତଥା ସୁନ୍ଦରଗଡ ପାଇଁ ଗୌରବ ଆଣିଛନ୍ତି। ଏହି ପ୍ରତିଯୋଗିତାରେ ସେ ମିଷ୍ଟର ସାଇନିଂ ଷ୍ଟାର-୨୦୨୦ର ଟାଇଟଲ ବିଜୟୀ ହୋଇଛନ୍ତି। ଦେଶରୁ ୬ ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୮୦ ଜଣ ଅନ୍ତିମ ରାଉଣ୍ଡରେ ଭାଗ ନେଇଥିଲେ। ଡିସେମ୍ବର ୧୬, ୧୭, ୧୮ ତାରିଖରେ ଏହି ଚୂଡାନ୍ତ ପ୍ରତିଯୋଗିତା ହୋଇଥିଲା। ଗତ ୧୮ ତାରିଖ ଫାଇନାଲ ରାଉଣ୍ଡରେ ୩୦ଜଣ ପ୍ରତିଯୋଗୀ ଥିଲେ। ଫାଇନାଲ ପ୍ରତିଯୋଗିତାରେ ଅଙ୍କିତ ଓଡିଶାର ଏକମାତ୍ର ପ୍ରତିଯୋଗୀ ଭାବେ ଯୋଗଦେଇ ମିଷ୍ଟର ସାଇନିଂ ଷ୍ଟାର-୨୦୨୦ ଟାଇଟଲ ହାସଲ କରିଥିଲେ। ଅଙ୍କିତ ସୁନ୍ଦରଗଡ ସହର ଡେଙ୍ଗିଭାଡିର ନମିତା ପଟେଲ ଓ ବିନୟ ପଟେଲଙ୍କ ଏକମାତ୍ର ପୁତ୍ର। ସେ ବର୍ତ୍ତମାନ ଭୁବନେଶ୍ୱରସ୍ଥିତ ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଫ୍ୟାଶନ୍‌ ଡିଜାଇନିଂର ପ୍ରଥମ ବର୍ଷ ଛାତ୍ର। ସେ ଏହି ସଫଳତାର ଶ୍ରେୟ ତାଙ୍କ ମାତାପିତା, ପରିବାରବର୍ଗ, ସାଙ୍ଗସାଥୀଙ୍କୁ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri