ଫାସିବନ୍ଧ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୩ ବଖରା

ଦିଗପହଣ୍ଡି,୨୫।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗାଁରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗାଁର ରମେଶ ଗୌଡଙ୍କ ୩ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ରମେଶଙ୍କ ସମେତ ପରିବାରର ସମସ୍ତ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି।
ରମେଶ ପରିବାର ସଦସ୍ୟଙ୍କ ସହ ରାତ୍ରିଭୋଜନ ସାରି ଶୋଇଥିବା ବେଳେ ରୋଷେଇ ଘର ଚୁଲିରୁ ନିଆଁ ଲାଗି ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଦେଖି ପଡୋଶୀ ଘଟଣା ସ୍ଥଳରେ ପହଞ୍ଚି ପ୍ରଥମେ ରମେଶ ଓ ତାଙ୍କ ପରିବାର ଲୋକଙ୍କୁ ଘର ଭିତରୁ ଉଦ୍ଧାର କରିଥିଲେ। ଖବରପାଇ ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ପ୍ରାୟ ୫୦ ହଜାର ଟଙ୍କାର ଧାନ, ଚାଉଳ ସୁନା ଅଳଙ୍କାର ସହ ଆସବାବପତ୍ର ଭସ୍ମୀଭୂତ ହୋଇଥିବା ରମେଶ କହିଛନ୍ତି। ସେ ଜଣେ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri