Categories: ଫୁରସତ

ମଝି ରାସ୍ତାରେ ଗାଡ଼ି ଅଟକାଇ ବ୍ୟକ୍ତି କଲେ ଏପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବ୍ୟକ୍ତି ବର୍ଷା ହେଉଥିବା ବେଳେ ଟ୍ରାଫିକ୍‌ରେ ଗାଡ଼ି ଅଟକାଇ  ପିଲାକୁ ରାସ୍ତାପାରି କରୁଥିବା ଦେଖିବାକୁ ମିଳୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 

Share