ଅଟୋନଗର ଓଭରବ୍ରିଜ୍‌ ରାସ୍ତା ପାଲଟିଛି ପାର୍କିଂ ଜୋନ୍‌

ଗୋପାଳପୁର,୧୩।୫(ଡି.ଏନ.ଏ.): ‘ସଡ଼କ ସୁରକ୍ଷା ଜୀବନ ରକ୍ଷା’ ନାଁରେ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସହ ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ କେଉଁଠି ପରିବହନ ବିଭାଗ ଓ ପୋଲିସର ଟ୍ରାଫିକ ନିୟନ୍ତ୍ରଣରେ ଖାମଖିଆଲ ନୀତି ଯୋଗୁ ଦୁର୍ଘଟଣା ଘଟି ବହୁ ଧନଜୀବନ ନଷ୍ଟ ହେଉଥିବା ଦେଖିବାକୁ ମିଳୁଛି। ଏଭଳି ଏକ ଚିତ୍ର ଦେଖିବାକୁ ମିଳିଛି ଆନ୍ଧ୍ର୍‌ପ୍ରଦେଶ ଓ ଓଡ଼ିଶାକୁ ସଂଯୋଗ କରୁଥିବା ୧୬ ନଂ. ଜାତୀୟ ରାଜପଥ ଅଟୋନଗର ଓଭରବ୍ରିଜରେ। ହଳଦିଆପଦର ଓଭରବ୍ରିଜ ପାଲଟିଛି ଏକପ୍ରକାର ପାର୍କିଂ ଜୋନ୍‌। ହଳଦିଆପଦର ନୂଆ ବସଷ୍ଟାଣ୍ଡ ତଥା ଅସ୍ଥାୟୀ କନିଷି ତହସିଲ କାର୍ଯ୍ୟାଳୟ ସଂଯୋଗ କରୁଥିବା ରାସ୍ତାରେ ଥିବା ଓଭରବ୍ରିଜ ତଳେ ମାଳମାଳ ଟ୍ରକ ଓ ବିଭିନ୍ନ ଯାନବାହନ ବେଆଇନ ପାର୍କିଂ କରିବା ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ବେଆଇନ ପାର୍କିଂ ଯୋଗୁ ଧୂଳି ଧୂସର ଉଡି ପରିବେଶ ପ୍ରଦୂଷଣ ହେବା ସହ ନାନା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି ପଥଚାରୀ। ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ଓଭରବ୍ରିଜ ତଳ ଦେଇ ରାଜନେତାଙ୍କଠାରୁ ଆରମ୍ଭକରି ପ୍ରଶାସନିକ ଅଧିକାରୀ, ପୋଲିସ, ପରିବହନ ବିଭାଗ ଅଧିକାରୀ ଯାତାୟାତ କରୁଥିବା ବେଳେ ଏଥିପ୍ରତି କାହାର ଦୃଷ୍ଟି ନ ପଡିବା ସାଧାରଣରେ ସନ୍ଦେହ ସୃଷ୍ଟି କରିଛି। ଖୋଦ ହାଇୱେରେ ପାଟ୍ରୋଲିଂ କରୁଥିବା ପିସିଆର ଭ୍ୟାନ ଉକ୍ତ ସ୍ଥାନରେ ପାର୍କିଂ କରିବା ଓ ଘଟଣାକୁ ଧ୍ୟାନ ନ ଦେବା ଚର୍ଚ୍ଚା ହେଉଛି। ପ୍ରତିଦିନ ଶତାଧିକ ଯାନବାହନ ତହସିଲ କାର୍ଯ୍ୟାଳୟ, ଅଟୋନଗର, ମଦନମୋହନପୁର ଆଦିକୁ ଯିବା ଆସିବା କରୁଥିବା ବେଳେ ଏଭଳି ପାର୍କିଂ ଯୋଗୁ ଦୁର୍ଘଟଣା ଘଟୁଥିବା ବେଳେ ପରିବହନ ବିଭାଗ ପକ୍ଷରୁ ବେଆଇନ ପାର୍କିଂ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ଅନ୍ୟପଟେ ନୂଆ ବସଷ୍ଟାଣ୍ଡ ରାସ୍ତାର ଦୁଇ ପାର୍ଶ୍ୱ ରୋଡ଼କୁ କବ୍‌ଜା କରି ମାଳମାଳ ଟ୍ରକ ପାର୍କିଂ କରୁଥିବା ବେଳେ ରାତି ହେଲେ ଅନ୍ଧାରର ସୁଯୋଗ ନେଇ ଟ୍ରକ ସାଇଡରେ ମଦ୍ୟପମାନଙ୍କ ଆଡ୍ଡା ଜମିବା ସହ ଦୌରାତ୍ମ୍ୟ ବୃଦ୍ଧି ପାଉଛି। ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ କହିଛନ୍ତି, ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ପରେ ଯଦି ବ୍ରିଜ ତଳେ ଓ ତହସିଲ କାର୍ଯ୍ୟାଳୟ ରାସ୍ତା ଅବରୋଧ କରି ଗାଡି ପାର୍କିଂ କରିଥିବେ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ନେଇ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ମାନସ ରଞ୍ଜନ ସାହୁଙ୍କ ସହ ୯୪୩୭୩୨୩୮୭୭ରେ ଯୋଗାଯୋଗ କରିଥିଲେ ମଧ୍ୟ ସେ ଫୋନ ରିସିଭ କରି ନ ଥିଲେ। ଅଭିଯୋଗ ପରେ ଯଦି
ପ୍ରଶାସନ ପକ୍ଷରୁ ଆଗାମୀ ଦିନରେ ଉକ୍ତ ସ୍ଥାନରୁ ପାର୍କିଂ ହଟା ନ ଯାଏ ଓ କିଛି ଦୁର୍ଘଟଣା ଘଟେ ତେବେ ରାଜରାସ୍ତାରେ ଆନ୍ଦୋଳନ କରାଯିବ ବୋଲି ହଳଦିଆପଦର ସମିତି ସଭ୍ୟ କେ. ପ୍ରବୀଣ କୁମାର ଚେତାବନୀ ଦେଇଛନ୍ତି। ଅନ୍ୟପଟେ ତୁରନ୍ତ ରାଜପଥରୁ ଯୁଦ୍ଧକାଳୀନ ଭିତ୍ତିରେ ବେଆଇନ ପାର୍କିଂ ହଟେଇବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?