ଆଭା ଶକ୍ତି ମହିଳାଙ୍କୁ ଏକ ସ୍ବତନ୍ତ୍ର ଓଡ଼ିଆ ପରିଚୟ

ଭୁବନେଶ୍ୱର,୭।୮: ଓଡ଼ିଶା ସରକାର ଓ ଟାଟା ପାୱାରର ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଜାତୀୟ ହସ୍ତତନ୍ତ ଦିବସକୁ ଆଖି ଆଗରେ ରଖି ଶନିବାର ସ୍ଥାନୀୟ ରାଜ୍ୟ ସଚିବାଳୟ (ଲୋକସେବା ଭବନ)ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଆଭା ଶକ୍ତି ମହିଳା (ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଡବ୍ଲ୍ୟୁଏସ୍‌ଏଚ୍‌ଜି) ସଦସ୍ୟାଙ୍କୁ ହାତ ତିଆରି ଇକତ୍‌ ଶାଢ଼ି ଓ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ଢୋକ୍ରା ବ୍ୟାଜ୍‌ ବଣ୍ଟନ କରାଯାଇଛି। ଏହି ଅବସରରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଟିପିସିଓଡିଏଲ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଏମ୍‌.ସେନ୍‌ବାଗମ୍‌ ଓ ଟିପିସିଓଡିଏଲ୍‌ ଓ ଟାଟା ପାୱାରର ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଦେବ କହିଛନ୍ତି, ଦେଶର ବିକାଶ ଓ ମହିଳା ସଶକ୍ତୀକରଣ ପାଇଁ ସ୍ଥାନୀୟ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଅଭିବୃଦ୍ଧି ଗୁରୁତ୍ୱପୂର୍ଣ୍ଣ। ମୁଁ ବହୁତ ଖୁସି ଯେ ଆମର ଐତିହ୍ୟର ପ୍ରସାର କରିବା ସହିତ ମହିଳା ସଶକ୍ତୀକରଣକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ସରକାରଙ୍କ ସହିତ ଟାଟା ପାୱାର ସହଯୋଗିତା ସ୍ଥାପନ କରିଛି। ସେହିଭଳି ଟିପିସିଓଡିଏଲ୍‌ର ସିଇଓ ସେନ୍‌ବାଗମ କହିଛନ୍ତି, ଆମର ଆଭା ଶକ୍ତି ସଦସ୍ୟାମାନେ ହେଉଛନ୍ତି ପରିବର୍ତ୍ତନର ବାର୍ତ୍ତାବହ। ସେମାନେ ସ୍ଥାନୀୟ ଗୋଷ୍ଠୀଙ୍କୁ ପ୍ରେରଣା ଦେବା ସହ ଟିପିସିଓଡିଏଲ୍‌ର ସାମାଜିକ ବିକାଶ ପ୍ରୟାସରେ ଯୋଗଦାନ କରୁଛନ୍ତି। ସେମାନଙ୍କ ସହଯୋଗିତାକୁ ସ୍ବୀକୃତି ପ୍ରଦାନ କରିବା ପାଇଁ ଆମେ ସେମାନଙ୍କ ପାଇଁ ଏକ ନୂଆ ପରିଚୟ ପ୍ରସ୍ତୁତ କରିଛୁ, ଯାହା ହେଉଛି ପାରମ୍ପରିକ ଓଡ଼ିଆ କାରିଗରି ଓ ନୂଆ ପିଢ଼ିର ପଦ୍ଧତିର ମିଶ୍ରଣ ଯାହା ସ୍ଥାନୀୟ ସଂସ୍କୃତିର ପ୍ରସାର କରିବ। ସେହିପରି ଟାଟା ପାୱାରର ସଭାପତି (ଟି ଆଣ୍ଡ୍‌ ଡି) ସଞ୍ଜୟ ବାଙ୍ଗା କହିଛନ୍ତି, ଟାଟା ପାୱାର ଏହାର ସିଏସ୍‌ଆର୍‌ ଦର୍ଶନ ଅଧୀନରେ ମହିଳା ସଶକ୍ତୀକରଣ ଓ ସାମାଜିକ ଉଦ୍ୟମିତା ଉପରେ ସର୍ବଦା ଗୁରୁତ୍ୱ ପ୍ରଦାନ କରୁଛି। ଜାତିସଂଘର ଏସ୍‌ଡିଜି ସହ ଖାପଖୁଆଇ ସାମଗ୍ରିକ ନିରନ୍ତର ବିକାଶକୁ ତ୍ୱରାନ୍ବିତ କରିବା ସହ ଆଞ୍ଚଳିକ ଐତିହ୍ୟର ପ୍ରସାର ଓ ସଂରକ୍ଷଣ ଲାଗି ଆମର ଉଦ୍ୟମକୁ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍‌ଜୀ ଦୟାଭାଇ ଗ୍ରୁପ

ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର…

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

କିଟ୍‌ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…

ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୭ରେ କିଟ୍‌ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?