ରାସ୍ତା ପ୍ରଶସ୍ତିକରଣ,ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ

କୋରୁକୋଣ୍ଡା ୧୩।୩(ଡି.ଏନ.ଏ.): ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତା ପ୍ରଶସ୍ତିକରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାସ୍ତା ପାର୍ଶ୍ୱରେ ଥିବା ସରକାରୀ ଜମିରେ ଦୋକାନ ଗୃହ ଗୁଡିକ ଉଚ୍ଛେଦ କରାଯାଇଛି। ସୂଚନାନୁସାରେ, ବାଲିମେଳା ନଗରରେ ଥିବା ମୁଖ୍ୟ ରାସ୍ତାକଡରେ କିଛି ବ୍ୟବସାୟୀ ଦୀର୍ଘ ବର୍ଷ ଧରି ଉଠା ଦୋକାନ କରି ନିଜ ପରିବାର ପୋଷଣ କରୁଥିଲେ। ମାତ୍ର ପ୍ରଶାସନ ପକ୍ଷରୁ ପ୍ରଶସ୍ତିକରଣ ଓ ମୁକ୍ତା ଯୋଜନାରେ ସୌନ୍ଦର୍ଯ୍ୟକରଣ ନିମନ୍ତେ ମୁଖ୍ୟ ରାସ୍ତାକଡରେ ଉଠା ଦୋକାନୀମାନଙ୍କୁ ଉଚ୍ଛେଦ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବାଲିମେଳା ସହରରେ ଥିବା କାଳିଛକ ନିକଟରେ ନୂତନ ଭାବେ ନିର୍ମାଣ ହୋଇଥିବା ଭେଣ୍ଡିଙ୍ଗ ଜୋନ ସମ୍ମୁଖରେ ଥିବା ଦୋକାନ ଗୃହଗୁଡିକ ହଟାଯାଇଛି। ଖବରପାଇ ନଗର ବଣିକ ସଙ୍ଘ ସଭାପତି ରାଜେନ୍ଦ୍ର କୁଳଦୀପ ଓ କାଳୀ ଛକ ବଣିକ ସଙ୍ଘ ସଭାପତି ବିଜୟ କ୍ରିଷ୍ଣା ଦାସ ଘଟଣାସ୍ଥଳରେ ପହଞ୍ଚି ପ୍ରଶାସନ ଆଲୋଚନା କରିବା ସହ ଉଠା ଦୋକାନୀମାନଙ୍କୁ ଥଇଥାନ ବ୍ୟବସ୍ଥା କରିବାକୁ ଆଲୋଚନା କରିଥିଲେ। ଆଲୋଚନା ପରେ ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଉଠା ଦୋକାନୀ ବ୍ୟବସାୟୀମାନଙ୍କୁ ସରକାରଙ୍କ ତରଫରୁ ମୁକ୍ତା ଯୋଜନାରେ ନିର୍ମାଣ ହୋଇଥିବା ଷ୍ଟଲ ଗୁଡିକ ବିନା ମୂଲ୍ୟରେ ପ୍ରଦାନ କରାଯିବ। ଏହି ଜବର ଦଖଲ ଉଚ୍ଛେଦ ସମୟରେ ବାଲିମେଳା ଏନ୍‌ଏସି ନିର୍ବାହୀ ଅଧିକାରୀ କୃଷ୍ଣ ଚନ୍ଦ୍ର ରଥ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri