ଅବଢ଼ା ଯୋଜନା ବ୍ୟୟ ଅଟକଳ ବଢ଼ିଲା

ଭୁବନେଶ୍ୱର,୨୨ା୬(ଅନିଲ ଦାସ) ପୁରୀକୁ ବିଶ୍ୱସ୍ତରୀୟ ଐତିହ୍ୟରେ ପରିଣତ ଓ ଏହାର ସଂରକ୍ଷଣ ପୁନର୍ଜୀବିତ କରିବା ପାଇଁ ସରକାର ଅବଢ଼ା ଯୋଜନା କରିଛନ୍ତି। ପୂର୍ବରୁ ଏହି ଯୋଜନା ପାଇଁ ୩,୨୦୮ କୋଟି ଟଙ୍କା ଅନୁମୋଦନ କରାଯାଇଥିଲା। ଏହି ଯୋଜନା ଅଧୀନରେ ଅନେକ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ପ୍ରକଳ୍ପର କାର୍ଯ୍ୟକାରିତା ସମୟରେ ଅନୁମୋଦିତ ପ୍ରକଳ୍ପଗୁଡ଼ିକରେ କିଛି ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଯୋଜନାର ମୋଟ ଅଟକଳ ୪,୨୨୪.୨୨ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଅଟକଳକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହିତ ଏହି ଯୋଜନାର ଅବଧି ୨୦୧୭-୧୮ରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
ପୂର୍ବରୁ ପ୍ରଚଳିତ ହୋଇ ଆସୁଥିବା ଲଙ୍ଗ୍‌ ଟର୍ମ ଲିଙ୍କେଜ୍‌ (ଏଲ୍‌ଟିଏଲ୍‌) ନୀତି-୨୦୨୨ ପରିବର୍ତ୍ତେ ରାଜ୍ୟଭିତ୍ତିକ ଶିଳ୍ପଗୁଡ଼ିକୁ କଞ୍ଚାମାଲ ସୁରକ୍ଷା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଓଡ଼ିଶା ଖଣି ନିଗମ(ଓଏମ୍‌ସି) ମାଧ୍ୟମରେ ଏଲ୍‌ଟିଏଲ୍‌ ନୀତି-୨୦୨୩ ପ୍ରଣୟନ କରିଛନ୍ତି। ଏହାଦ୍ୱାରା ଶିଳ୍ପଗୁଡ଼ିକୁ ଦୀର୍ଘମିଆଦୀ କଞ୍ଚାମାଲ ଓଏମ୍‌ସି ଜରିଆରେ ଯୋଗାଇ ଦିଆଯିବ। ଏଥିସହିତ ସମସ୍ତ ଖଣିଜ ପଦାର୍ଥଗୁଡ଼ିକର ମୂଲ୍ୟ ସ୍ଥିର କରିବା ପାଇଁ ପ୍ରଚଳିତ ମୂଲ୍ୟ ନିର୍ଦ୍ଧାରଣ ପ୍ରଣାଳୀରେ ସମାନତା ନିଶ୍ଚିତ କରାଯାଇଛି। ଖଣି ଓ ଇସ୍ପାତ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି।
ରାୟଗଡ଼ା ତହସିଲ ଅନ୍ତର୍ଗତ ରାମଚନ୍ଦ୍ରପୁର ମୌଜାରେ ଭାରତୀୟ ରେଳ ବିଭାଗଠାରୁ ସମାନ ପରିମାଣ ଓ ସମାନ ମୂଲ୍ୟର ଜମି ସହିତ ବଦଳ କରି ଆଣିଥିବା ଏ୬.୩୦ ଡିସିମିଲ ଜମିକୁ ମା’ ମଝିଘରିଆଣୀ ମନ୍ଦିରର ଭିତ୍ତିଭୂମି ବିକାଶ ପାଇଁ ପ୍ରିମିୟମ ଛାଡ଼ ଓ ଇନ୍‌ସିଡେଣ୍ଟାଲ ଚାର୍ଜରେ ମନ୍ଦିର ପରିଚାଳନା ଟ୍ରଷ୍ଟକୁ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଟ୍ରଷ୍ଟକୁ ରିହାତି ଦରରେ ଏକର ପିଛା ୧୦୦ ଟଙ୍କା ହିସାବରେ ବାର୍ଷିକ ଭୂ- ରାଜସ୍ବ ଓ ଭୂ- ରାଜସ୍ବର ୭୫% ହିସାବରେ ଦେବାକୁ ପଡ଼ିବ। ରାଜସ୍ବ ବିଭାଗ ପକ୍ଷରୁ ଦିଆଯାଇଥିବା ଉକ୍ତ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର ମିଳିଛି।
ସେହିପରି ରାଜ୍ୟର ସମସ୍ତ ଜିଲାର କିଶୋରୀ ବାଳିକା (୧୫ରୁ ୧୯ ବର୍ଷ), ଗର୍ଭବତୀ ମହିଳା ଓ ପ୍ରସୂତି ଏବଂ ଶିଶୁମାନଙ୍କ ପୁଷ୍ଟି ଓ ସ୍ବାସ୍ଥ୍ୟର ଉନ୍ନତି ପାଇଁ ବୁଧବାର ରାଜ୍ୟ କ୍ୟାବିନେଟ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ଅନୁମୋଦନ କରିଛି। ଏହି ଯୋଜନା ୨୦୨୩-୨୪ ଆର୍ଥିକ ବର୍ଷରୁ କାର୍ଯ୍ୟକାରୀ ହେବା ସହ ଆସନ୍ତା ୫ ବର୍ଷ ପାଇଁ ୩୩୫୪.୪୦ କୋଟି ଟଙ୍କା ବ୍ୟୟମଞ୍ଜୁର କରାଯାଇଛି।
ଏହି ଯୋଜନାରେ କିଶୋରୀମାନଙ୍କର ପୁଷ୍ଟିଗତ ଉନ୍ନତି ନିମନ୍ତେ ଅଣ୍ଡା, ଲଡୁ, ପୁଷ୍ଟିକର ଖାଦ୍ୟ ଇତ୍ୟାଦି ଯୋଗାଇ ଦିଆଯିବ। ଆଇସିଡିଏସ୍‌ ସ୍ତରରେ କିଶୋରୀମାନଙ୍କର ରକ୍ତହୀନତା ସ୍କ୍ରିନିଂ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟଗତ ସମସ୍ୟାର ପରୀକ୍ଷା କରାଯିବ। ସେହିପରି ଗର୍ଭବତୀ ମହିଳା ଓ ପ୍ରସୂତିମାନଙ୍କୁ ଘରେ ଅଣ୍ଡା, ମିଲେଟ ଏବଂ ପୁଷ୍ଟିକର ଖାଦ୍ୟ ପଦାର୍ଥ ଇତ୍ୟାଦି ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri