ପିଲାଙ୍କ ପୁଷ୍ଟି ଚିନ୍ତା: ମିଳିବ ହାପିନେସ୍‌ କିଟ୍‌

ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ହାପିନେସ୍‌ କିଟ୍‌। ଏଥିରେ ଅଟା, ଚଣା, ହଳଦୀଗୁଣ୍ଡ, ଡାଳଚିନି, ଚିନାବାଦାମ ଓ ଗୁଡ଼ ଭଳି ଇମ୍ୟୁନିଟି ବୁଷ୍ଟର ସାମଗ୍ରୀ ରହିବ। ପିଲାଙ୍କ ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି। ଏହାଛଡ଼ା ପେନ୍‌, ପେନ୍‌ସିଲ, ନୋଟ୍‌ପ୍ୟାଡ୍‌, ସାନିଟାରି ନାପ୍‌କିନ, ଟୁଥ୍‌ ପେଷ୍ଟ ରହିବ। କରୋନା ସମୟରେ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଉନାହିଁ। ମା’ବାପାଙ୍କ ଆକାଉଣ୍ଟକୁ ଟଙ୍କା ଦିଆଯାଉଛି। ସ୍କୁଲକୁ ଆସିବା ପୂର୍ବରୁ ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ଲାଗି ଉକ୍ତ କିଟ୍‌ ପ୍ରଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ ଏବଂ ସୁନ୍ଦରଗଡ଼ ଜିଲାର ୧୯୧୬ ସ୍କୁଲର ୮୩ ହଜାର ପିଲାଙ୍କୁ ଏହି କିଟ୍‌ ଅକ୍ଷୟପାତ୍ର ଫାଉଣ୍ଡେଶନ ଜରିଆରେ ପ୍ରଦାନ କରାଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ସବୁ ସ୍କୁଲକୁ ଦିଆଯିବ। ଫେବୃୟାରୀ ପ୍ରଥମ ସପ୍ତାହରୁ ଏହି କିଟ୍‌ ବଣ୍ଟନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri