Posted inଜାତୀୟ

ନାଥୁଲାରେ ହିମସ୍ଖଳନ: ୬ ପର୍ଯ୍ୟଟକ ମୃତ, ୮୦ରୁ ଅଧିକ ରହିଛନ୍ତି ଅଟକି…

ଗାଙ୍ଗଟକ,୪।୪ : ମଙ୍ଗଳବାର ସିକ୍କିମର ନାଥୁଲା ଅଞ୍ଚଳରେ ହୋଇଥିବା ହିମସ୍ଖଳନରେ ୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଏଥି ସହିତ ପ୍ରାୟ ୮୦ରୁ ଅଧିକ ପର୍ଯ୍ୟଟକ ଅଟକି ରହିଛନ୍ତି। ପୋଲିସ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।

ଆହତମାନଙ୍କୁ ରାଜ୍ୟ ରାଜଧାନୀ ଗାଙ୍ଗଟକର ଡାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଗତିରେ ଚାଲିଛି।

ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ ଟା ୨୦ ସମୟରେ ନାଥୁଲା ଅଞ୍ଚଳରେ ହିମସ୍ଖଳନ ଘଟିଥିଲା। ଏହି ଘଟଣା ପରେ ନିକଟସ୍ଥ ସାମରିକ ଡାକ୍ତରଖାନାରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିବା ୬ ଜଣ ଆହତଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଚାରି ଜଣ ପୁରୁଷ, ଜଣେ ମହିଳା ଏବଂ ଜଣେ ଶିଶୁ ଅଛନ୍ତି। ପୋଲିସ ଅଧିକାରୀ କହିଛନ୍ତି ଯେ ଗାଙ୍ଗଟକକୁ ନାଥୁଲାକୁ ସଂଯୋଗ କରୁଥିବା ଜବାହରଲାଲ ନେହେରୁ ରୋଡରେ ହିମ ସ୍ଖଳନ ଘଟିଛି।

ପୋଲିସର ସୂଚନାନୁସାରେ, ୧୫୦ରୁ ଅଧିକ ପର୍ଯ୍ୟଟକ ସେଠାରେ ଅଟକି ରହିଛନ୍ତି। ବରଫରେ ଫସି ରହିଥିବା ୩୦ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇ ଗାଙ୍ଗଟକର ଏସଟିଏନଏମ ହସ୍ପିଟାଲ ଏବଂ ସେଣ୍ଟ୍ରାଲ ରେଫରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବର୍ତ୍ତମାନ ସିକ୍କିମ ପୋଲିସ, ସିକ୍କିମର ଟ୍ରାଭେଲ ଏଜେଣ୍ଟସ ଆସୋସିଏଶନ, ପର୍ଯ୍ୟଟନ ବିଭାଗର ଅଧିକାରୀ ଏବଂ ଡ୍ରାଇଭରଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଚାଲିଛି।

ଚେକପୋଷ୍ଟର ଇନ୍ସପେକ୍ଟର ଜେନେରାଲ ସୋନମ ଟେନଜିଙ୍ଗ ଭୁଟିଆଙ୍କ ଅନୁଯାୟୀ, କେବଳ ୧୩ ମାଇଲ ପାଇଁ ପାସ ଜାରି କରାଯାଇଥାଏ, କିନ୍ତୁ ପର୍ଯ୍ୟଟକମାନେ ବିନା ଅନୁମତିରେ ୧୫ ମାଇଲ ଆଡକୁ ଯାଉଛନ୍ତି। ଏହି ଘଟଣା ୧୫ ମାଇଲରେ ଘଟିଛି।

ସୂଚନାଯୋଗ୍ୟ, ନାଥୁଲା ପାସ ଚାଇନା ସୀମାରେ ଅବସ୍ଥିତ ଏବଂ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଯୋଗୁ ଏହା ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri