ବିଜେଡି ଖେଳିଲା ମହିଳା କାର୍ଡ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନକୁ ନେଇ ସରଗରମ ହେଲାଣି ରାଜନୀତି। ପୂର୍ବରୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ବୁଧବାର ମହିଳା କାର୍ଡ ଖେଳିଛି ବିଜେଡି। ଦଳ ପକ୍ଷରୁ ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରାଯାଇଛି। ଅବନ୍ତୀ ତିହିଡି ବ୍ଲକ ଅଧ୍ୟକ୍ଷା ହୋଇଥିବା ବେଳେ ବିଧାୟକ ପଦ ଲାଗି ତାଙ୍କୁ ପ୍ରାର୍ଥୀ କରାଯାଇଥିବାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି ।

ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ବିଜେପି ସୂରଜ ସୂର୍ଯ୍ୟବଂଶୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ। ମଙ୍ଗଳବାର ସୂରଜ ନାମାଙ୍କନପତ୍ର ଦାଖଲ କରିଛନ୍ତି।