ସଲମାନଙ୍କ ଫିଲ୍ମରୁ ଅବିକା ଆଉଟ୍ ମହିମା ଇନ୍‌

ମୁମ୍ବାଇ: ଟେଳିଭିଜନ ଧାରାବାହିକ ବାଳିକା ବଧୂ ଫେମ୍ ଅବିକା ଗୋର୍‌ଙ୍କ ଭାଗ୍ୟରେ ସତେ ଯେମିତି ତାଲା ପଡିଛି । ନିକଟରେ ଶୁଣିବାକୁ ମିଳିଥିଲା କି ସେ ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ ‘ଅନ୍ତିମ’ରେ ନଜର ଆସିବେ । ହେଲେ ଏବେ ଜଣାପଡିଛି ଯେ ସେ ଏଥିରେ କାମ କରିବେ ନାହିଁ । ପୁଣିଥରେ ତାଙ୍କ ହାତରୁ ଖସି ଯାଇଛି ଏହି ଗୋଲଡେନ୍ ଅଫର୍ । ଶୁଣିବାକୁ ମିଳିଥିଲା କି ଏହି ଫିଲ୍ମରେ ଅଭିନୟ କରିବାକୁ ଅବିକା ଖୁବ୍ ଏକ୍ସରସାଇଜ୍ କରି ଓଜନ କମାଇଥିଲେ । ଏହାସହ ଏଥିରେ ସଲମାନଙ୍କ ଭିଣୋଇ ଆୟୁଷ ଶର୍ମାଙ୍କ ଅପୋଜିଟରେ ସେ ନଜର ଆସିଥାଆନ୍ତେ । ଆୟୁଷ ଏଥିରେ ଜଣେ ଗ୍ୟାଙ୍ଗଷ୍ଟର ଭୂମିକାରେ ଆସୁଛନ୍ତି । ହେଲ ଏବେ ଫିଲ୍ମର ନିର୍ଦ୍ଦେଶକ ମହେଶ ମଞ୍ଜରେକର ଏକ ୱେବ ପୋର୍ଟାଲରେ ଦେଇଥିବା ସାକ୍ଷାତ୍‌କାରରେ କହିଛନ୍ତି, ଅବିକା ଏହି ଫିଲ୍ମରେ ନଜର ଆସିବେ ନାହିଁ । ଆୟୁଷଙ୍କ ଅପୋଜିଟରେ ଧାରାବାହିକ ‘ସପନେ ସୁହାନେ ଲଡକପନ’ ନାୟିକା ମହିମା ମକୱାନାଙ୍କୁ ଲଞ୍ଚକରାଯିବ । ଏହାସହ ମହେଶ ମଞ୍ଜରକରଙ୍କ ଝିଅ ସଇ ମଞ୍ଜରେକର ପୁଣିଥରେ ଏହି ଫିଲ୍ମରେ ସଲମାନଙ୍କ ସହ ନଜର ଆସିବେ । ‘ଦବଙ୍ଗ-୩’ ମାଧ୍ୟମରେ ସେ ବଲିଉଡ୍‌ରେ ପ୍ରବେଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri