Posted inଖେଳ

ଅଭିନାଶ-ଅଂଶିକାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୭।୩ (କ୍ରୀଡ଼ା ପ୍ରତିନିଧି): ଚଣ୍ଡିଗଡ଼ସ୍ଥିତ ପଞ୍ଜାବ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ରୋଇଂ ଚାମ୍ପିୟନଶିପ୍‌ରେ କିଟ୍‌ର ଅଭିନାଶ କୌର ଓ ଅଂଶିକା ଭାରତୀ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଅଭିନାଶ ଓ ଅଂଶିକାଙ୍କୁ ନେଇ ଗଠିତ କିଟ୍‌ ବିଶ୍ୱବିଦ୍ୟାଳୟ ଦଳ ସୋମବାର ଅନୁଷ୍ଠିତ ମହିଳା ୨୦୦୦ ମିଟର ଡବ୍ଲ୍ୟୁ୨ଏକ୍ସ ଇଭେଣ୍ଟରେ ଏହି ସଫଳତା ପାଇଛନ୍ତି। ଅଭିନାଶ (ପ୍ରଥମ ବର୍ଷ ସ୍ନାତକ ସମାଜବିଜ୍ଞାନ) ଓ ଅଂଶିକା (ଦ୍ୱିତୀୟ ବର୍ଷ ସ୍ନାତକ ସମାଜବିଜ୍ଞାନ) ସମ୍ପ୍ରତି ସ୍ପୋଟର୍‌ସ କୋଟାରେ କିଟ୍‌ରେ ଅଧ୍ୟୟନରତ। ଦୁହେଁ ଜଗତପୁରସ୍ଥିତ ସାଇ ଏନ୍‌ସିଓଇ (ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସିଲେନ୍ସି)ରେ ଅର୍ଜୁନ ଓ ଦ୍ରୋଣାଚାର୍ଯ୍ୟ ପୁରସ୍କାରପ୍ରାପ୍ତ କୋଚ୍‌ ଇନ୍ଦରପାଲ ସିଂଙ୍କଠାରୁ ଟ୍ରେନିଂ ନେଉଛନ୍ତି। ସ୍ବର୍ଣ୍ଣିମ ସଫଳତା ପାଇଥିବାରୁ ଅଭିନାଶ, ଅଂଶିକା ଓ ତାଙ୍କ କୋଚ୍‌ ଇନ୍ଦରପାଲଙ୍କୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri