ରେକର୍ଡ ସୃଷ୍ଟି କଲେ ଅବିନାଶ: ବିଦ୍ୟାଳୟ ପାଇଁ ଆଣିଲେ ଗୌରବ

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ):ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ସଦ୍ୟ ପ୍ରକାଶିତ ଦଶମ ଶ୍ରେଣୀର ଫଳାଫଳ ପ୍ରକାଶ ପାଇବା ପରେ ଟାଙ୍ଗଣାପଲ୍ଲୀ ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି। ଟାଙ୍ଗଣା ପଲ୍ଲୀ ଶ୍ରୀନୀଳକଣ୍ଠେଶ୍ବର ନୋଡାଲ ବିଦ୍ୟାପୀଠର ଛାତ୍ର ଅବିନାଶ ବୈଦ୍ୟ ମୋଟ ୫୬୦ ନମ୍ବର (୯୩.୩%) ଏ-୧ ରଖି ବିଦ୍ୟାଳୟରେ ସର୍ବକାଳୀନ ରେକର୍ଡ ସୃଷ୍ଟି କରି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଛନ୍ତି।
ପ୍ରକାଶ ଥାଉ କି, ଅବିନାଶ ଜଣେ କୃତି ଛାତ୍ର ରୂପେ ରାଜ୍ୟସ୍ତରୀୟ ବିଜ୍ଞାନ କୁଇଜ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଏହି ସଫଳତାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀଙ୍କ ସମେତ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ବୃନ୍ଦ ଖୁସି ବ୍ୟକ୍ତ କରି ଅବିନାଶର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି। ଅବିନାଶ ସମଗ୍ର ଗଂଜାମ ଜିଲାର ସରକାରୀ ସ୍କୁଲ ପରୀକ୍ଷାର୍ଥୀଙ୍କ ମଧ୍ୟରେ ପ୍ରଥମ ସ୍ଥାନ ରଖିଥିବା ପ୍ରଧାନଶିକ୍ଷକଙ୍କ ସୂତ୍ରରୁ ପ୍ରକାଶ। ଜଣେ ଆର୍ଥିକ ଅନଗ୍ରସର ପରିବାରର ପୁଅ ଅବିନାଶ ନିଜର ଅଜା କେରାଣ୍ଡି ତୋଳାନାରାୟଣପୁର ବରିଷ୍ଠ ନାଗରିକ ମଞ୍ଚର ପ୍ରତିଷ୍ଠାତା ସଂପାଦକ ସ୍ବର୍ଗତ ବାଉରୀ ବନ୍ଧୁ ସାହୁଙ୍କ ସହାୟତାରେ ଶିକ୍ଷା ଗ୍ରହଣ କରି ସଫଳତାର ଶୀର୍ଷରେ ପହଞ୍ଚି ପାରିଛନ୍ତି। ତାଙ୍କର ଏହି ସଫଳତାରେ ବିଦ୍ୟାଳୟର ପୂର୍ବତନ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ପୁରାତନ ଛାତ୍ର ସଂସଦର ସମ୍ପାଦକ କାମରାଜୁ ମହାରଣାଙ୍କ ସମେତ ସଭାପତି ଗଦାଧର ରାଉଳ, କାର୍ଯ୍ୟକାରୀ ସଭାପତି ପ୍ରକାଶ ଚନ୍ଦ୍ର ବିଷୋୟୀ,ସରପଞ୍ଚ ବି.ସୁଦାମ,ଅବନୀ ଶତପଥୀ,ଅନିଲ କୁମାର ବିଷୋୟୀ ପ୍ରମୁଖ ଶୁଭେଛା ଓ ଅଭିନନ୍ଦନ ଜ୍ଞାପନ କରି ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସାଧୁବାଦ ଜଣାଇ ଛନ୍ତି ଏବଂ ଏହି ଧାରା ଆଗାମୀ ବର୍ଷ ଗୁଡିକରେ ବଜାୟ ରଖିବା ପାଇଁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri