ଦିଗପହଣ୍ଡି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅବିନାଶ ମିଶ୍ର

ଦିଗପହଣ୍ଡି,୩୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସିର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅବିନାଶ ମିଶ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ ଏନ୍‌ଏସି ଅଧ୍ୟକ୍ଷ ପ୍ରଫଲ୍ଲ ପଣ୍ଡା ଏବଂ କର୍ମଚାରୀମାନଙ୍କ ପକ୍ଷରୁ କାର୍ଯ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଦିଆଯାଇଥିଲା। ପୂର୍ବରୁ କାର୍ଯ୍ୟରତ ନିର୍ବାହୀ ଅଧିକାରୀ ଡ. ଅଶୋକ କୁମାର କର୍ଣ୍ଣଙ୍କୁ ନବରଙ୍ଗପୁର ପୌରପାଳିକାରନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି। ଏଣୁ ତାଙ୍କ ସ୍ଥାନରେ କନ୍ଧମାଳ ଜିଲା ଟିକାବାଲି ତହସିଲର ଅତିରିକ୍ତ ତହସିଲଦାର ଅବିନାଶଙ୍କୁ ଏଠାକୁ ବଦଳି କରାଯାଇଛି।

ନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ନେବାପରେ ସହରର ସାମଗ୍ରିକ ବିକାଶ କ୍ଷେତ୍ରରେ ଅଞ୍ଚଳବାସୀଙ୍କ ସହ ସମନ୍ବୟ ରକ୍ଷାକରି ସେ କାର୍ଯ୍ୟ କରିବେ ବୋଲି ତାଙ୍କ ପ୍ରତିକ୍ରିୟାରେ ଜଣାଇଛନ୍ତି। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ମୁଖ୍ୟ କିରାଣୀ ରାଜକିଶୋର ରଥ, କାଳୁ ଚରଣ ପ୍ରଧାନ, ମୃତ୍ୟୁଞ୍ଜୟ ଦାସ, ଡିଇଓ ସନ୍ତୋଷ କୁମାର ପାଢୀ, ହରିକୃଷ୍ଣ ସାହୁ, ବାଳକୃଷ୍ଣ ପାଣିଗ୍ରାହୀ, ସହକାରୀ ଯନ୍ତ୍ରୀ ଇଂ. ମମତା କୁମାରୀ ପଣ୍ଡା, କନିଷ୍ଠ ଯନ୍ତ୍ରୀ ଇଂ.ରଶ୍ମିରାଣୀ ନାହାକ, ସ୍ବାଗତିକା ପାତ୍ର, ଗୋଷ୍ଠୀ ସଙ୍ଗଠିକା ସାରାଣୀ ପଟ୍ଟନାୟକ, ସତ୍ୟନାରାୟଣ ଦାସ ଓ ଧୀରଜ କୁମାର ପାତ୍ର ପ୍ରମୁଖ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?