Posted inଫୁରସତ

କରୋନା ସଂକ୍ରମଣକୁ ଡରି ଦମ୍ପତି ନେଲେ ଏମିତି ପଦକ୍ଷେପ, ସମଗ୍ର ବିଶ୍ୱବାସୀ ହେଲେ ଚକିତ

କରୋନା ଭାଇରସ ସମଗ୍ର ଦୁନିଆକୁ କବଳିତ କରିସାରିଛି। ବର୍ଷେରୁ ଊର୍ଦ୍ଧ୍ୱ ହେବ ଏହି ମହାମାରୀ ଅନେକ ଲୋକଙ୍କ ଜୀବନ ବି ନେଇ ସାରିଲାଣି। ଏହି ରୋଗର ସଫଳ ଟିକାକରଣ ଯେହେତୁ ହୋଇନାହିଁ ତେଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତା ହିଁ ମୂଳମନ୍ତ୍ର। ଏହି ସମୟରେ ଇଣ୍ଡୋନେସିଆର ଜଣେ ବ୍ୟକ୍ତି କରୋନାକୁ ଡରି ଏମିତି କିଛି ପଦକ୍ଷେପ ନେଇଛନ୍ତି ଯାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ।


କରୋନାକୁ ଡରି ଇଣ୍ଡୋନେସିଆର ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ସହିତ ସୁରକ୍ଷିତ ଯାତ୍ରା କରିବା ପାଇଁ ପୂରା ପାସେଞ୍ଜର ଫ୍ଲାଇଟ୍‌କୁ ବୁକ୍‌ କରିଛନ୍ତି। ଜାକର୍ତ୍ତାରୁ ରିଚାର୍ଡ ମୁଲ୍‌ଜାଦୀ ଏକ ବିମାନର ଫଟୋ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଏବଂ ତାଙ୍କ ସ୍ତ୍ରୀ ଅଛନ୍ତି। ଲୋକେ କରୋନାକୁ ଡରି ସାର୍ବଜନିକ ପରିବହନରୁ ବଞ୍ଚିତ ହେବାକୁ ଚେଷ୍ଟା କରୁଛନ୍ତି। ଆଜି ପର୍ଯ୍ୟନ୍ତ ସାମାଜିକ ଦୂରତା ରକ୍ଷା କରିବା, ମାସ୍କ ପିନ୍ଧିବା, ସାନିଟାଇଜର ବ୍ୟବହାର କରିବା ଆଦି ନିୟମ ମାନି ଆସୁଛନ୍ତି।


ଏହି ଡରରୁ ମୁକୁଳିବା ପାଇଁ ରିଚାର୍ଡ ମୁଲ୍‌ଜାଦୀ ଏକ ଉପାୟ ଆପଣାଇଛନ୍ତି। ରିଚାର୍ଡ ତାଙ୍କ ଭିନ୍ନ ଜୀବନଶୈଳୀକୁ ନେଇ ବେଶ୍‌ ପ୍ରସିଦ୍ଧ। ସେ ଜାକର୍ତ୍ତାରୁ ବାଲି ଦ୍ୱୀପକୁ ବିମାନ ଯାତ୍ରା କରିଛନ୍ତି। ଇନ୍‌ଷ୍ଟାଗ୍ରାମରେ ଏହି ସମୟର କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଦେଖିବାକୁ ମିଳିଛି ପୂରା ବିମାନରେ କେବଳ ଏହି ଦମ୍ପତି ବସିଛନ୍ତି। ବାକି ସବୁ ସିଟ୍‌ ଖାଲି।
ରିଚାର୍ଡ କହିଛନ୍ତି, ତାଙ୍କ ସ୍ତ୍ରୀ ସାଲ୍‌ଓ୍ବିନ୍‌ କରୋନା ଭାଇରସକୁ ବହୁତ ଡରନ୍ତି। ତେଣୁ ତାଙ୍କୁ ପୂରା ବିମାନ ବୁକ୍‌ କରିବାକୁ ପଡିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri