ବେଆଇନ ଟ୍ରେଡିଂ ଆପ୍‌ଠାରୁ ଦୂରେଇ ରୁହନ୍ତୁ

ଭୁବନେଶ୍ୱର,୧।୮(ସତ୍ୟଜିତ୍‌ ରାଉତ): ସାଇବର ଠକମାନେ ଏବେ ବିଭିନ୍ନ ଉପାୟରେ ଟଙ୍କା ଲୁଟୁଛନ୍ତି। ବିଶେଷକରି ଟ୍ରେଡିଂ ଆପ୍‌ରେ ଅଳ୍ପ ଦିନରେ ଦୁଇଗୁଣ ଅର୍ଥ ଲାଭର ପ୍ରଲୋଭନ ଦେଖାଇ ଜାଲରେ ଫଶାଉଛନ୍ତି। ଏଭଳିସ୍ଥିତିରେ ଓଡ଼ିଶା ପୋଲିସ ପକ୍ଷରୁ ଏ ସଂକ୍ରାନ୍ତରେ ସାମାଜିକ ଗଣମାଧ୍ୟମ ଯୋଗେ ସୋମବାର ସଚେତନ କରାଯାଇଛି। ଠକେଇରେ ନ ପଡ଼ିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି। ପୋଲିସ ପକ୍ଷରୁ ହୋଇଥିବା ପୋଷ୍ଟରେ କୁହାଯାଇଛି ଯେ, ବେଆଇନ ଟ୍ରେଡିଂ ଆପ୍‌ଠାରୁ ଦୂରେଇ ରୁହନ୍ତୁ। ଅନ୍‌ଲାଇନ ପ୍ଲାଟଫର୍ମରେ ଅଳ୍ପ ଦିନରେ ଅର୍ଥ ଦୁଇଗୁଣ ହୋଇଯିବାର ପ୍ରଲୋଭନ ଦେଖାଇ ବହୁ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଆତ୍ମସାତ କରିବା ଭଳି ଘଟଣା ନଜରକୁ ଆସୁଛି। ଅର୍ଥ ନିବେଶ କରିବା ପୂର୍ବରୁ ପ୍ରଥମେ ଟ୍ରେଡିଂ ଆପ୍‌ର ବିଶ୍ୱସନୀୟତାକୁ ଯାଞ୍ଚ କରନ୍ତୁ ଓ ଏ ସଂକ୍ରାନ୍ତରେ ସବୁବେଳେ ସଚେତନ ରୁହନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri