ପୋଷ ଆଇନ ଉପରେ ଛାତ୍ରୀଙ୍କୁ ସଚେତନ କଲେ ଉପଜିଲାପାଳ: ପରସ୍ପରକୁ ସମ୍ମାନ ଦେବାକୁ…

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାରପୋଷ (posh) ଆଇନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଭଞ୍ଜନଗର ଉପ ଜିଲାପାଳ ତଥା କଲେଜ ପରିଚାଳନା କମିଟି ସଭାପତି ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟାଳୟ ଗୁଡ଼ିକରେ ପୋଷ ଆଇନ କିଭଳି କଡାକଡି ଭାବେ ପାଳନ ହେବ ସେନେଇ କହିଥିଲେ। ଛାତ୍ରୀମାନେ ଶିକ୍ଷାନୁଷ୍ଠାନରେ କୌଣସି ଅସୁବିଧାର ସମ୍ମୁଖୀନ ହେଲେ ତୁରନ୍ତ ଆଇସିସି କମିଟି ପାଖରେ ନିର୍ଭୟରେ ଅଭିଯୋଗ କରନ୍ତୁ। ଆଇସିସି କମିଟି ଠିକ ଭାବେ କାର୍ଯ୍ୟକାରୀ କରାଯିବା ଉପରେ ଉପ ଜିଲାପାଳ କହିଥିଲେ। ଏଥିସହ ସରକାରଙ୍କ ଶକ୍ତିଶ୍ରୀ ସମେତ କିଛି ନୂଆଁ ନୀତି ନିୟମ ଉପରେ ମଧ୍ୟ ଉପ ଜିଲାପାଳ କହିଥିଲେ। ବାଳିକା ଆତ୍ମରକ୍ଷା ତାଲିମ ଶିବିର ଠିକ ଠାକ ଭାବେ କରାଯାଉ। ବର୍ଷ ତମାମ ମଝିରେ ମଝିରେ ଛାତ୍ରୀମାନଙ୍କୁୁ ବିଭିନ୍ନ ଯୋଜନା ଉପରେ ସଚେତନତା କରାଯାଉ।
ଛାତ୍ରୀମାନେ ଅନୁଷ୍ଠାନରେ କିଛି ଅସୁବିଧାର ସମ୍ମୁଖିନ ହେଲେ ସେମାନେ ଅନଲାଇନ ମାଧ୍ୟମରେ ମଧ୍ୟ ଅଭିଯୋଗ କରିପାରିବେ। ଅନୁଷ୍ଠାନରେ ସମସ୍ତେ ପରସ୍ପରକୁ ସମ୍ମାନ ଦେଲେ ପୋଷ ଆଇନ ଲକ୍ଷ୍ୟ ସାଧନ ହେବ । ତେଣୁ ଏଥିପ୍ରତି ସମସ୍ତେ ସଚେତନ ହେବାକୁ ଉପ ଜିଲାପାଳ ଉପସ୍ଥିତ କର୍ମଚାରୀଙ୍କୁ ଆହ୍ବାନ କରିଥିଲେ। ଏହି ଅବସରରେ ଡେପୁଟି କଲେକ୍ଟର ସୁମନ ଘୋଷ ସତନ୍ତ୍ର ଅତିଥି ଭାବେ ଯୋଗଦେଇ ପୋଷ ଆଇନ ଉପରେ କହିଥିଲେ। ଅବସରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥି ସମ୍ମାନିତ ଅତିଥି ଭାବେ ଯୋଗଦେଇ ନାରୀ ଶକ୍ତି ହିଁ ଶ୍ରେଷ୍ଠ ଶକ୍ତି ବୋଲି ନିଜର ବକ୍ତବ୍ୟରେ କହିଥିଲେ। ଅଧକ୍ଷ ରାଜେନ୍ଦ୍ର କୁମାର ଦାସ ସଭାରେ ଅଧ୍ୟକ୍ଷତା କରିଥିଲେ। ଆଇସିସି କମିଟିର ଅଧ୍ୟକ୍ଷା ତ୍ରିପ୍ତିମୟୀ ଦାସ ଆଇନର ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ପ୍ରଶାସନିକ ଅଧିକାରୀ ବିଭାସ ଦାସ ଧନ୍ୟବାଦ ଦେଇଥିଲେ। ସଭ୍ୟା ସୁନିତା ରାଣୀ ଖଣ୍ଡୁଆଳ, ସ୍ମରଣିକା ପାଢ଼ୀ , ପ୍ରାଧ୍ୟାପକ ହର ପ୍ରସାଦ ଶତପଥୀ,ବିଦେଶୀ ରାଉତ, ଡ ରବିନ୍ଦ୍ର ମିଶ୍ର ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri