ଭୁବନେଶ୍ୱର, ୧୭।୧୦: ପଞ୍ଜାବ ନ୍ୟାଶନାଲ୍ ବ୍ୟାଙ୍କ (ପିଏନ୍ବି)ର ସମ୍ବଲପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ରାଜଭାଷା ସମାରୋହ ଓ ପୁରସ୍କାର ବିତରଣ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ପିଏନ୍ବି ସମ୍ବଲପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ରାଜଭାଷା ସମାରୋହ ଆୟୋଜିତ ହୋଇଥିଲା। ଏଥିରେ ହିନ୍ଦୀ ବିଚାର ସଂଗୋଷ୍ଠୀ ସହ ଚଳିତ ବର୍ଷ ସେପ୍ଟେମ୍ବରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଅଜିତ ମେହେର ହିନ୍ଦୀ ଏବଂ କ୍ଷେତ୍ରୀୟ ଭାଷାରେ ଗ୍ରାହକମାନଙ୍କୁ ପ୍ରଦାନ କରାଯାଉଥିବା ବ୍ୟାଙ୍କିଙ୍ଗ୍ ସେବା ସମ୍ବନ୍ଧରେ ଆଲୋଚନା କରିଥିଲେ। ସେହିଭଳି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ମହାନଦୀ କୋଲ ଫିଲ୍ଡସ ଲିଃର ମହାପ୍ରବନ୍ଧକ ଏବଂ ନରାକାସ ସମ୍ବଲପୁରର ସଦସ୍ୟ ସଚିବ କୃଷ୍ଣ ମୁରାରୀ ପ୍ରସାଦ କ୍ଷେତ୍ରୀୟ ଏବଂ ବ୍ୟବସାୟିକ ଭାଷା ରୂପରେ ହିନ୍ଦୀ ଭାଷାର ପ୍ରାଧାନ୍ୟ ଉପରେ ବିସ୍ତୃତ ଆଲୋଚନା କରିଥିଲାବେଳେ ମୁଖ୍ୟ ବକ୍ତା ଶିକ୍ଷାବିତ୍ ଏବଂ ଓଡିଶା ଷ୍ଟେଟ୍ ଓପନ ୟୁନିଭର୍ସିଟି ସମ୍ବଲପୁରର ଅବସରପ୍ରାପ୍ତ କୁଳପତି ଡ. ଜୟନ୍ତ କର ଶର୍ମା ହିନ୍ଦୀ ଏବଂ ଓଡିଆ ଭାଷାର ପାରସ୍ପରିକ ସମ୍ବନ୍ଧ ଉପରେ ନିଜର ମତାମତ ରଖିଥିଲେ। ହିନ୍ଦୀ ମାସ-୨୦୨୩ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ଏବଂ ହିନ୍ଦୀରେ ଶ୍ରେଷ୍ଠ କାର୍ଯ୍ୟ ସମ୍ପାଦନ କରିଥିବା ବିଭାଗଗୁଡିକୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ପରିଶେଷରେ ରାଜଭାଷାର ମୁଖ୍ୟ ପ୍ରବନ୍ଧକ ପାର୍ଥ ସାରଥୀ ମହାପାତ୍ର ସମାରୋହରେ ଉପସ୍ଥିତ ଅତିଥି ଏବଂ କର୍ମଚାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। ଅପରପକ୍ଷରେ ରାଜଭାଷାର ବରିଷ୍ଠ ପ୍ରବନ୍ଧକ ଆନନ୍ଦ କୁମାର ମିଶ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ
ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…
ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ
ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…
ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି
ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…
ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
ଶେଷରେ ନଇଁଲେ ଟ୍ରମ୍ପ୍! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’
ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…
କୁଏଟ୍ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…
Archives

