ପିଏନ୍‌ବି ପକ୍ଷରୁ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ୱର, ୧୭।୧୦: ପଞ୍ଜାବ ନ୍ୟାଶନାଲ୍‌ ବ୍ୟାଙ୍କ (ପିଏନ୍‌ବି)ର ସମ୍ବଲପୁର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ରାଜଭାଷା ସମାରୋହ ଓ ପୁରସ୍କାର ବିତରଣ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ପିଏନ୍‌ବି ସମ୍ବଲପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଅଜିତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ରାଜଭାଷା ସମାରୋହ ଆୟୋଜିତ ହୋଇଥିଲା। ଏଥିରେ ହିନ୍ଦୀ ବିଚାର ସଂଗୋଷ୍ଠୀ ସହ ଚଳିତ ବର୍ଷ ସେପ୍ଟେମ୍ବରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଅଜିତ ମେହେର ହିନ୍ଦୀ ଏବଂ କ୍ଷେତ୍ରୀୟ ଭାଷାରେ ଗ୍ରାହକମାନଙ୍କୁ ପ୍ରଦାନ କରାଯାଉଥିବା ବ୍ୟାଙ୍କିଙ୍ଗ୍‌ ସେବା ସମ୍ବନ୍ଧରେ ଆଲୋଚନା କରିଥିଲେ। ସେହିଭଳି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ମହାନଦୀ କୋଲ ଫିଲ୍ଡସ ଲିଃର ମହାପ୍ରବନ୍ଧକ ଏବଂ ନରାକାସ ସମ୍ବଲପୁରର ସଦସ୍ୟ ସଚିବ କୃଷ୍ଣ ମୁରାରୀ ପ୍ରସାଦ କ୍ଷେତ୍ରୀୟ ଏବଂ ବ୍ୟବସାୟିକ ଭାଷା ରୂପରେ ହିନ୍ଦୀ ଭାଷାର ପ୍ରାଧାନ୍ୟ ଉପରେ ବିସ୍ତୃତ ଆଲୋଚନା କରିଥିଲାବେଳେ ମୁଖ୍ୟ ବକ୍ତା ଶିକ୍ଷାବିତ୍‌ ଏବଂ ଓଡିଶା ଷ୍ଟେଟ୍‌ ଓପନ ୟୁନିଭର୍ସିଟି ସମ୍ବଲପୁରର ଅବସରପ୍ରାପ୍ତ କୁଳପତି ଡ. ଜୟନ୍ତ କର ଶର୍ମା ହିନ୍ଦୀ ଏବଂ ଓଡିଆ ଭାଷାର ପାରସ୍ପରିକ ସମ୍ବନ୍ଧ ଉପରେ ନିଜର ମତାମତ ରଖିଥିଲେ। ହିନ୍ଦୀ ମାସ-୨୦୨୩ ଉପଲକ୍ଷେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ବିଜେତାମାନଙ୍କୁ ଏବଂ ହିନ୍ଦୀରେ ଶ୍ରେଷ୍ଠ କାର୍ଯ୍ୟ ସମ୍ପାଦନ କରିଥିବା ବିଭାଗଗୁଡିକୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ପରିଶେଷରେ ରାଜଭାଷାର ମୁଖ୍ୟ ପ୍ରବନ୍ଧକ ପାର୍ଥ ସାରଥୀ ମହାପାତ୍ର ସମାରୋହରେ ଉପସ୍ଥିତ ଅତିଥି ଏବଂ କର୍ମଚାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। ଅପରପକ୍ଷରେ ରାଜଭାଷାର ବରିଷ୍ଠ ପ୍ରବନ୍ଧକ ଆନନ୍ଦ କୁମାର ମିଶ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?