‘ଡାଲଚିନି’କୁ ‘ବେଷ୍ଟ ଫିଚର ଫିଲ୍ମ’ ଆଓ୍ବାର୍ଡ

ଭୁବନେଶ୍ୱର, ୨୯।୧୧ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ପୁଣି ଓଡ଼ିଶା ପାଇଁ ସୁନାମ ଆଣିଛି ଓଡ଼ିଆ ଚଳଚ୍ଚିତ୍ର। ରିତୁପ୍ରିୟା ପ୍ରଡକ୍ସନ୍ସର ଚଳଚ୍ଚିତ୍ର ‘ଡାଲଚିନି’କୁ ୭ମ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ସିମ୍‌ଲାରେ ‘ବେଷ୍ଟ ଫିଚର ଫିଲ୍ମ’ ଆଓ୍ବାର୍ଡ ମିଳିଛି। ଅତିଶ କୁମାର ରାଉତଙ୍କ ପ୍ରଯୋଜନାରେ ନିର୍ମିତ ଚଳଚ୍ଚିତ୍ରଟି ଫେଷ୍ଟିଭାଲରେ ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଫେଷ୍ଟିଭାଲ ପାଇଁ ବିଶ୍ୱର ୧୭ ଦେଶରୁ ବିଭିନ୍ନ ଭାଷାର ପ୍ରାୟ ୫ଶହ ଚଳଚ୍ଚିତ୍ର ଆସିଥିଲା। ସେଥିରୁ ବେଷ୍ଟ ୫୮ ଚଳଚ୍ଚିତ୍ର ମନୋନୀତ ହୋଇଥିବାବେଳେ ‘ଡାଲ୍‌ଚିନି’ ଟାଇଟଲ ହାସଲ କରିଛି। ଏହି ପରିପ୍ରେକ୍ଷୀରେ ପ୍ରଯୋଜକ ତଥା କାହାଣୀ, ସଂଳାପ ଓ ଚିତ୍ରନାଟ୍ୟ ନିର୍ଦ୍ଦେଶକ ଜିତେନ୍ଦ୍ରୀୟ ପ୍ରଧାନଙ୍କୁ ଟ୍ରଫି ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଛି।

ଯୁବକର ଭ୍ରମଣ କାହାଣୀକୁ ନେଇ ଚଳଚ୍ଚିତ୍ର ଗତିଶୀଳ ହୋଇଛି। ଏଥିରେ ଓଡ଼ିଶାର କେତେକ ପର୍ଯ୍ୟଟନସ୍ଥଳକୁ ପ୍ରଦର୍ଶିତ କରାଯାଇଛି। ଜଣେ ଝିଅ ଗାଇଡ୍‌ ସହିତ ଭ୍ରମଣରୁ କାହାଣୀ ଆରମ୍ଭ ହେବା ପରେ ସମୟ କ୍ରମେ ସେମାନଙ୍କ ମଧ୍ୟରେ କିପରି ପ୍ରେମ ଏବଂ ଅନ୍ୟାନ୍ୟ ଘଟଣା ଘଟୁଛି ତାହାକୁ ଖୁବ୍‌ ସୁନ୍ଦର ଭାବେ ଚିତ୍ରଣ କରାଯାଇଛି। ଶିଶିର ସାହୁ ଓ ପିନାକୀ ସିଂଙ୍କ ନିର୍ଦ୍ଦେଶିତ ଏହି ପୂର୍ଣ୍ଣାଙ୍ଗ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶକ ଜେରୀ ସିଲ୍‌ବଭେଷ୍ଟର ଭିନ୍‌ସେନଟ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ସୁପ୍ରିୟା ରାଉତଙ୍କ ସହପ୍ରଯୋଜନାରେ ନାୟକ ପାର୍ଥସରଥୀ ରାୟ ଓ ନାୟିକା ସୂର୍ଯ୍ୟମୟୀଙ୍କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ଏ ସମ୍ପର୍କରେ ପ୍ରଯୋଜକ ଅତିଶ କୁମାର କହିଛନ୍ତି, ଆମ ରାଜ୍ୟର ପର୍ଯ୍ୟଟନସ୍ଥଳୀକୁ ନେଇ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଚେଷ୍ଟା କରିଥିଲି, ଯାହାକି ସଫଳ ହୋଇଛି। ଏହା ଓଡ଼ିଶାର ଏକ ମାଇଲ ଖୁଣ୍ଟ ଚଳଚ୍ଚିତ୍ର ହୋଇ ରହିବ। କାର୍ଯ୍ୟକ୍ରମରେ ହିମାଳଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର, ଅର୍ବାନ ଡେଭଲପ୍‌ମେଣ୍ଟ, ଟାଉନ୍‌ ଆଣ୍ଡ୍‌ କଣ୍ଟ୍ରି ପ୍ଲାନିଂ ମନ୍ତ୍ରୀ ସୁରେଶ ଭରଦ୍ୱାଜ, ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri