‘ଡାଲଚିନି’କୁ ‘ବେଷ୍ଟ ଫିଚର ଫିଲ୍ମ’ ଆଓ୍ବାର୍ଡ

ଭୁବନେଶ୍ୱର, ୨୯।୧୧ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ପୁଣି ଓଡ଼ିଶା ପାଇଁ ସୁନାମ ଆଣିଛି ଓଡ଼ିଆ ଚଳଚ୍ଚିତ୍ର। ରିତୁପ୍ରିୟା ପ୍ରଡକ୍ସନ୍ସର ଚଳଚ୍ଚିତ୍ର ‘ଡାଲଚିନି’କୁ ୭ମ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ସିମ୍‌ଲାରେ ‘ବେଷ୍ଟ ଫିଚର ଫିଲ୍ମ’ ଆଓ୍ବାର୍ଡ ମିଳିଛି। ଅତିଶ କୁମାର ରାଉତଙ୍କ ପ୍ରଯୋଜନାରେ ନିର୍ମିତ ଚଳଚ୍ଚିତ୍ରଟି ଫେଷ୍ଟିଭାଲରେ ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଫେଷ୍ଟିଭାଲ ପାଇଁ ବିଶ୍ୱର ୧୭ ଦେଶରୁ ବିଭିନ୍ନ ଭାଷାର ପ୍ରାୟ ୫ଶହ ଚଳଚ୍ଚିତ୍ର ଆସିଥିଲା। ସେଥିରୁ ବେଷ୍ଟ ୫୮ ଚଳଚ୍ଚିତ୍ର ମନୋନୀତ ହୋଇଥିବାବେଳେ ‘ଡାଲ୍‌ଚିନି’ ଟାଇଟଲ ହାସଲ କରିଛି। ଏହି ପରିପ୍ରେକ୍ଷୀରେ ପ୍ରଯୋଜକ ତଥା କାହାଣୀ, ସଂଳାପ ଓ ଚିତ୍ରନାଟ୍ୟ ନିର୍ଦ୍ଦେଶକ ଜିତେନ୍ଦ୍ରୀୟ ପ୍ରଧାନଙ୍କୁ ଟ୍ରଫି ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଛି।

ଯୁବକର ଭ୍ରମଣ କାହାଣୀକୁ ନେଇ ଚଳଚ୍ଚିତ୍ର ଗତିଶୀଳ ହୋଇଛି। ଏଥିରେ ଓଡ଼ିଶାର କେତେକ ପର୍ଯ୍ୟଟନସ୍ଥଳକୁ ପ୍ରଦର୍ଶିତ କରାଯାଇଛି। ଜଣେ ଝିଅ ଗାଇଡ୍‌ ସହିତ ଭ୍ରମଣରୁ କାହାଣୀ ଆରମ୍ଭ ହେବା ପରେ ସମୟ କ୍ରମେ ସେମାନଙ୍କ ମଧ୍ୟରେ କିପରି ପ୍ରେମ ଏବଂ ଅନ୍ୟାନ୍ୟ ଘଟଣା ଘଟୁଛି ତାହାକୁ ଖୁବ୍‌ ସୁନ୍ଦର ଭାବେ ଚିତ୍ରଣ କରାଯାଇଛି। ଶିଶିର ସାହୁ ଓ ପିନାକୀ ସିଂଙ୍କ ନିର୍ଦ୍ଦେଶିତ ଏହି ପୂର୍ଣ୍ଣାଙ୍ଗ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶକ ଜେରୀ ସିଲ୍‌ବଭେଷ୍ଟର ଭିନ୍‌ସେନଟ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ସୁପ୍ରିୟା ରାଉତଙ୍କ ସହପ୍ରଯୋଜନାରେ ନାୟକ ପାର୍ଥସରଥୀ ରାୟ ଓ ନାୟିକା ସୂର୍ଯ୍ୟମୟୀଙ୍କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି। ଏ ସମ୍ପର୍କରେ ପ୍ରଯୋଜକ ଅତିଶ କୁମାର କହିଛନ୍ତି, ଆମ ରାଜ୍ୟର ପର୍ଯ୍ୟଟନସ୍ଥଳୀକୁ ନେଇ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଚେଷ୍ଟା କରିଥିଲି, ଯାହାକି ସଫଳ ହୋଇଛି। ଏହା ଓଡ଼ିଶାର ଏକ ମାଇଲ ଖୁଣ୍ଟ ଚଳଚ୍ଚିତ୍ର ହୋଇ ରହିବ। କାର୍ଯ୍ୟକ୍ରମରେ ହିମାଳଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର, ଅର୍ବାନ ଡେଭଲପ୍‌ମେଣ୍ଟ, ଟାଉନ୍‌ ଆଣ୍ଡ୍‌ କଣ୍ଟ୍ରି ପ୍ଲାନିଂ ମନ୍ତ୍ରୀ ସୁରେଶ ଭରଦ୍ୱାଜ, ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri