ମାଟ୍ରିକ ପରୀକ୍ଷାରେ ଅଭିଷେକ ଗୌଡ଼ ଦିଗପହଣ୍ଡି ବ୍ଳକ ଟପ୍ପର, କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଚଳିତ ବର୍ଷ ମାଟ୍ରିକ ବୋର୍ଡ଼ ବାର୍ଷିକ ପରୀକ୍ଷାରେ ଏ- ୧ ଗ୍ରେଡ଼ରେ ସଫଳତା ହାସଲ କରିଥିବା କୃତି  ଛାତ୍ରୀଛାତ୍ରମାନଙ୍କୁ  ବିଦ୍ୟାମନ୍ଦିର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିବା ଜଣାପଡିଛି ।  ଚଳିତ ବର୍ଷ ବିଦ୍ୟାମନ୍ଦିରର ସମୁଦାୟ ୮୮  ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେଇଥିଲେ।  ପାସ୍ ହାର ଶତ ପ୍ରତିଶତ ରହିଥିବା ବେଳେ ୯  ଛାତ୍ରୀଛାତ୍ର ଏ-୧ ଗ୍ରେଡ ରଖି ସଫଳତା ହାସଲ କରିଛନ୍ତି । ଛାତ୍ର ଅଭିଷେକ ଗୌଡ଼ ଦିଗପହଣ୍ଡି ବ୍ଳକ ଟପ୍ପର ହୋଇ ବିଦ୍ୟାମନ୍ଦିର ପାଇଁ ଗୈାରବ ଆଣିଛନ୍ତି ।

ଏହି ଅବସରରେ ବିଦ୍ଯା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶିଶୁ ବିଦ୍ୟାମନ୍ଦିର ପରିସରରେ ଚାଲିଥିବା ରାଜ୍ୟ ସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିରକୁ ସମସ୍ତ କୃତି ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକ ମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା । ପ୍ରଧାନାଚାର୍ଯ୍ୟ ଭଗବତୀ ପ୍ରସାଦ ମିଶ୍ର ଏବଂ ଷଷ୍ଠୀ ପ୍ରସାଦ ବିଷୋୟୀ , ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ବିଷୋୟୀ, ସମ୍ପାଦକ ପ୍ରହଲ୍ଲାଦ ଡାକୁଆଙ୍କ ଉପସ୍ଥିତିରେ ଶିକ୍ଷା ବିକାଶ ସମିତିର ସମ୍ପାଦକ ଡ. କିଶୋର ଚନ୍ଦ୍ର ମହାନ୍ତି ଯୋଗଦେଇ କୃତି ଛାତ୍ରୀଛାତ୍ର ଅଭିଷେକ ଗୈାଡ, ଶୁଭମ ଜାନୀ, ଆଲିଶା ମହାରଣା, ଏମ୍. ରାହୁଲ, ଶୁଭସ୍ମିତା ପଣ୍ଡା, ସୁଦେଷ୍ଣା ରାଉତ, ଅନ୍ୱେଷା ନାହାକ, କେ . ହିମାଂଶୁ ରେଡ୍ଡୀ ଏବଂ ଜ୍ୟୋତିରଞ୍ଜନ ଗୈାଡଙ୍କୁ ସମ୍ମାନିତ କରାଯିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ଆର୍ଶୀବାଦ ପ୍ରଦାନ କରିଥିଲେ । ବିଦ୍ୟାମନ୍ଦିର ପରିଚାଳନା ସମିତିର ବହୁସଂଖ୍ୟକ କାର୍ଯ୍ୟକର୍ତ୍ତା, ଆଚାର୍ଯ୍ୟା ଆଚାର୍ଯ୍ୟ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri