‘ମୁକ୍ତା’ ଯୋଜନାକୁ ପୁରସ୍କାର

ଭୁବନେଶ୍ୱର,୩ା୨(ବ୍ୟୁରୋ):ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ‘ମୁକ୍ତା’ ଯୋଜନା ଅନ୍ତର୍ଜାତୀୟ ଡବ୍ଲ୍ୟୁଆର୍‌ଆଇ ରୋସ୍‌ ସେଣ୍ଟର ପୁରସ୍କାର ହାସଲ କରିଛି। ବୁଧବାର ନ୍ୟୁୟର୍କରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାଥନନ୍‌ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଏକ ଅନ୍ତର୍ଜାତୀୟ ଜୁରି ଦଳ ଏହି ପୁରସ୍କାର ପ୍ରତିଯୋଗିତାରେ ୬୫ ଦେଶର ୧୫୫ ସହରରୁ ଆସିଥିବା ୨୬୦ଟି ଆବେଦନ ମଧ୍ୟରୁ ମୁକ୍ତାକୁ ବିଜେତା ଭାବରେ ଚୟନ କରିଛନ୍ତି।
ସଙ୍କଟ ସମୟରେ ସହରାଞ୍ଚଳର ଗରିବ, ଅନୌପଚାରିକ ତଥା ପ୍ରବାସୀ ଶ୍ରମିକମାନଙ୍କ ପାଇଁ ବଡ଼ ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରି ମୁକ୍ତା ଏହି ପୁରସ୍କାର ହାସଲ କରିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୧୪ ସହରରେ ୭ ଲକ୍ଷ ଗରିବ ଏବଂ ପ୍ରବାସୀ ଶ୍ରମିକ ୨୦୮ କୋଟି ଟଙ୍କା ମୂଲ୍ୟର ୨୨,୫୦୦ ପକ୍କା ସଡ଼କ, ଡ୍ରେନ୍‌, ବର୍ଷା ଜଳ ଅମଳ, କମ୍ୟୁନିଟି ସେଣ୍ଟର, ବୃକ୍ଷରୋପଣ, ଜଳାଶୟ ପୁନରୁଦ୍ଧାର ଏବଂ ସର୍ବସାଧାରଣ ସ୍ଥାନ ଆଦିର ବିକାଶ ଭଳି ଗୋଷ୍ଠୀସ୍ତରୀୟ ବିକାଶ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଏହା ବ୍ୟତୀତ ୫୩୬୮ ମିଶନ ଶକ୍ତି ଗୋଷ୍ଠୀ ଏବଂ ୪୩୮ ବସ୍ତି ବାସିନ୍ଦା ସଙ୍ଗଠନ ମଧ୍ୟ ଓଡ଼ିଶା ସରକାରଙ୍କ ଏହି ଯୋଜନା ଅଧୀନରେ କାର୍ଯ୍ୟକାରୀ ସହଭାଗୀ ଭାବରେ ନିୟୋଜିତ ହୋଇଛନ୍ତି। ଠିକାଦାରମାନଙ୍କୁ ନିୟୋଜିତ କରିବା ପରିବର୍ତ୍ତେ ମିଶନ ଶକ୍ତି ଗ୍ରୁପ୍‌ ଏବଂ ବସ୍ତି ବାସିନ୍ଦାଙ୍କୁ କାର୍ଯ୍ୟ ଦାୟିତ୍ୱ ଦେବା ପାଇଁ ଓଡ଼ିଶା ସରକାରଙ୍କ ପଦକ୍ଷେପ ସ୍ବରୂପ ମୁକ୍ତା ଯୋଜନାକୁ ପ୍ରଶଂସା କରାଯାଇଛି। କେନ୍ଦ୍ର ସରକାର ମଧ୍ୟ ଓଡ଼ିଶା ସରକାରଙ୍କ ଏହି ଉଦ୍ୟମକୁ ପ୍ରଶଂସା କରିଛନ୍ତି। ଓଡ଼ିଶାର ମୁକ୍ତା ମଡେଲକୁ ଅନ୍ୟ ରାଜ୍ୟମାନଙ୍କରେ କାର୍ଯ୍ୟକାରୀ ଲାଗି ସୁପାରିସ କରିଛନ୍ତି। ଏଥିରୁ ଶିକ୍ଷାଲାଭ କରି ଝାଡ଼ଖଣ୍ଡ, ହିମାଚଳ ପ୍ରଦେଶ, ରାଜସ୍ଥାନ ଏବଂ ତାମିଲନାଡୁ ସହରାଞ୍ଚଳରେ ଥିବା ଗରିବ ଲୋକଙ୍କ ପାଇଁ କର୍ମନିଯୁକ୍ତି ସୁଯୋଗ ସୃଷ୍ଟି ଲାଗି ମୁକ୍ତା ଢାଞ୍ଚାରେ ମଜୁରି ନିଯୁକ୍ତି ଯୋଜନା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri