ଏମ୍‌ସିଏଲ୍‌ ସିଏମ୍‌ଡି ପୁରସ୍କୃତ

ତାଳଚେର,୨୨।୧୦(ମନୋଜ ନନ୍ଦ): ସୁରକ୍ଷା ପରିଚାଳନା କ୍ଷେତ୍ରରେ ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇ ମହାନଦୀ କୋଲ୍‌ଫିଲ୍ଡସ ଲିମିଟେଡର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଓ. ପି. ସିଂଙ୍କୁ ସମ୍ମାନଜନକ ‘ଆପେକ୍ସ ଇଣ୍ଡିଆ ଭିଜନାରୀ ଲିଡର୍‌ ଆୱାର୍ଡ- ୨୦୨୩’ ପ୍ରଦାନ କରାଯାଇଛି। ଏଥିସହ ଆପେକ୍ସ ଇଣ୍ଡିଆ ଓଏଚ୍‌ଏସ୍‌ ପୁରସ୍କାର-୨୦୨୩ର କର୍ପୋରେଟ ବର୍ଗରେ କମ୍ପାନୀକୁ ‘ସିଲଭର ଆୱାର୍ଡ’ ପ୍ରଦାନ କରାଯାଇଛି। ଏମ୍‌ସିଏଲ୍‌ର କୁଲଦା ଓପନକାଷ୍ଟ ପ୍ରୋଜେକ୍ଟ (ଓସିପି)କୁ ବ୍ୟକ୍ତିଗତ/ ୟୁନିଟ୍‌ ବର୍ଗରେ ସ୍ବର୍ଣ୍ଣ ପୁରସ୍କାର ପ୍ରଦାନ କରାଯାଇଥିଲା। ଏ ନେଇ ଏମ୍‌ସିଏଲ୍‌ ସିଏମ୍‌ଡି ସିଂ ଗଭୀର କୃତଜ୍ଞତା ପ୍ରକାଶ କରିବା ସହ କହିଛନ୍ତି, ଏହି ପ୍ରଶଂସା ଟିମ୍‌ ଏମ୍‌ସିଏଲ୍‌ ପାଇଁ ଉତ୍ସାହର ଗଭୀର ଉତ୍ସ ହେବ। କର୍ମକ୍ଷେତ୍ରରେ ସୁରକ୍ଷା ଅଭ୍ୟାସକୁ ଆଗକୁ ନେବାରେ ଆମ ସମସ୍ତ ସଦସ୍ୟଙ୍କ ସାମୂହିକ ତଥା ନିରନ୍ତର ଉଦ୍ୟମକୁ ନିଶ୍ଚିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ, ନିତିଦିନ କରୁଛନ୍ତି ବ୍ୟବହାର, ଦେଖନ୍ତୁ ଲିଷ୍ଟ

ଡେରାଡୁନ,୩୦।୪: ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ...

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ...

ଭାଜପା କର୍ମୀ ସମ୍ମିଳନୀ, ମିଶ୍ରଣ ପର୍ବ

କାମାକ୍ଷାନଗର,୩୦।୪(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଦଶୀପୁର, କଣ୍ଟାପାଳ ଓ ବିରିବୋଲେଇ ପଞ୍ଚାୟତରେ ଭାଜପାର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।...

ବିଜେଡିରେ ମିଶିଲେ ଜିଲା ଯୁବ କଂଗ୍ରେସ ପୂର୍ବତନ ସଭାପତି

ଢେଙ୍କାନାଳ,୩୦ା୪(ରତନ ନାୟାର): ଢେଙ୍କାନାଳ ସହର ଗଣେଶ ମଣ୍ଡପଠାରେ ରବିବାର ବିଜେଡି ପକ୍ଷରୁ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଯୁବ କଂଗ୍ରେସର ପୂର୍ବତନ ସଭାପତି...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri