ମାଲାବାର ପକ୍ଷରୁ ଛାତ୍ରୀ ବୃତ୍ତି ପ୍ରଦାନ

ଭୁବନେଶ୍ୱର,୪।୮: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ୍‌ର ଓଡ଼ିଶା ୟୁନିଟ୍‌ (ଭୁବନେଶ୍ୱର)ର ଶହୀଦନଗର ଷ୍ଟୋର ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧, କମଳା ନେହେରୁ ମହିଳା ମହାବିଦ୍ୟାଳୟ (କେଏନ୍‌ଡବ୍ଲ୍ୟୁସି)ର କ୍ୟାମ୍ପସ ପରିସରରେ ବୁଧବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ର ମେୟର ସୁଲୋଚନା ଦାସ, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବା ବେଳେ ବିଏମ୍‌ସିର କର୍ପୋରେଟର ରାଜକିଶୋର ଦାସ, ଆସିଆ ବେଗମ, କମଳା ନେହେରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ସୁଶାନ୍ତ କୁମାର ପଟ୍ଟନାୟକ ଏବଂ ମାଲାବାର ଶହୀଦନଗର ଷ୍ଟୋର ହେଡ୍‌ ମିଃ.ଅସ୍‌ନାଫ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ମାଲାବାରର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ଅଧୀନରେ ମୋଟ ୨୧୫ଜଣ ଛାତ୍ରୀଙ୍କୁ ୧୭,୬୪,୦୦୦ ଟଙ୍କାର ଛାତ୍ର ବୃତ୍ତି ପ୍ରଦାନ କରାଯାଇଥିଲା। ବି

ଶେଷ କରି ଏହି ବୃତ୍ତି ଯୋଗ୍ୟ ଛାତ୍ରୀମାନଙ୍କୁ ଉଚ୍ଚତର ଶିକ୍ଷା ପାଇଁ ବେଶ୍‌ ସହାୟକ ହେବ। ଏହା ଜରିଆରେ ବାର୍ଷିକ ୬ରୁ ୧୦ ହଜାର ଲେଖାଏଁ ଟଙ୍କା ପ୍ରତି ବର୍ଷ କିଛି ସ୍ବତନ୍ତ୍ର ନିୟମାବଳୀ ଅନୁସାରେ ଛାତ୍ରୀମାନଙ୍କୁ ପ୍ରଦାନ କରାଯିବ। ଅପରପକ୍ଷରେ ମାଲାବାର ଗ୍ରୁପ୍‌ ତା’ର ବ୍ୟବସାୟର ୫% ଲାଭାଂଶ ସମାଜ ମଙ୍ଗଳ କାର୍ଯ୍ୟରେ ବିନିଯୋଗ କରିଥାଏ। ବିଶେଷକରି ଗୃହନିର୍ମାଣ, ସ୍ବାସ୍ଥ୍ୟସେବା, ପରିବେଶ ସମ୍ପର୍କିତ କାର୍ଯ୍ୟକ୍ରମ, ଶିକ୍ଷାଭିତ୍ତିକ କାର୍ଯ୍ୟକ୍ରମ ଏବଂ ମହିଳା ସଶକ୍ତୀକରଣ ଭଳି ପ୍ରମୁଖ କ୍ଷେତ୍ରରେ ମାଲାବାର ତା’ର ସିଏସ୍‌ଆର୍‌ କାର୍ଯ୍ୟକ୍ରମ ବିଗତ ୨୦ବର୍ଷ ହେବ ଜାରି ରଖିଛି। ଏଭଳି କାର୍ଯ୍ୟକ୍ରମ ଦ୍ୱାରା ପ୍ରତିଷ୍ଠାନ ଉଭୟ ସମାଜ ମଙ୍ଗଳ ଓ ଲୋକ ସମ୍ପର୍କ ବୃଦ୍ଧି କରିପାରୁଛି ବୋଲି କାର୍ଯ୍ୟକ୍ରମରେ ଯୋଗଦେଇଥିବା ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ଏଥିରେ ଉଭୟ ମାଲାବାର ଏବଂ କମଳା ନେହେରୁ ମହାବିଦ୍ୟାଳୟର ସବୁ ବର୍ଗର କର୍ମଚାରୀ ଏବଂ ଛାତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଷ୍ଟୋରର ମୁଖ୍ୟ ବାଣିଜି୍ୟକ ଅଧିକାରୀ ସିଦ୍ଧେଶ୍ୱର ରଥ ଓ ଅନ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri