ଜିଜ୍ଞାସା ବାର୍ଷିକୋତ୍ସବରେ କୃତି ଛାତ୍ରୀଛାତ୍ର ପୁରସ୍କୃତ

ଥୁଆମୂଳ ରାମପୁର,୨୨।୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ୭ତମ ଜିଜ୍ଞାସା ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧକ୍ଷ ସୀତାକାନ୍ତ ରଣାଙ୍କ ସଭାପତିତ୍ୱରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରି ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବାବେଳେ ମୁଖ୍ୟବକ୍ତା ଭାବରେ ମା ମାଣିକେଶ୍ବରୀ ପଞ୍ଚାୟତ ସମିତି ମହାବିଦ୍ୟାଳୟ ଅଧକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା ଓ ସମ୍ମାନିତ ଅତିଥି ଭାବରେ ସେଣ୍ଟ୍ରାଲ କୋ ଅପରେଟିଭ ବ୍ୟାଙ୍କ ଭବାନୀପାଟଣା ଶାଖା ପରିଚାଳକ ଚନ୍ଦ୍ର ଧୱଜ ମଙ୍ଗରାଜ, ବ୍ଲକ ଉପାଧ୍ୟକ୍ଷ ଜୟନ୍ତୀ ମାଝୀ,
ଏଇଇ ସାଲକୋ ହେମ୍ବ୍ରମ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସରେନ, ଏମଆଇ ବିଭୁ ରଞ୍ଜନ ସାହୁ, ରାଜେନ୍ଦ୍ର ନାରାୟଣ ଦେବ, ସମାଜ ସେବୀ ମାଣିକ୍ୟ ଚନ୍ଦ୍ର ନାଏକ, କୃଷ୍ଣ ଚନ୍ଦ୍ର ନାଏକଙ୍କ ସମେତ ବ୍ଲକ ପ୍ରଶାସନ, ମହାବିଦ୍ୟାଳୟ ଅଧ୍ୟାପକ ପ୍ରମୁଖ ମଞ୍ଚଷିନ ଅତିଥି ଭାବେ ଯୋଗ ଦେଇଥିଲେ।
ଭାରପ୍ରାପ୍ତ ଅଧକ୍ଷ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ଛାତ୍ରୀଛାତ୍ରଙ୍କୁ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା। ପୁରସ୍କାର ବିତରଣ କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ସଙ୍ଗୀତ ଧୁରୁଆ, ଶିକ୍ଷୟତ୍ରୀ ଲିପିଶ୍ରି ବାରିକ ଓ ଶିକ୍ଷକ ଟିପୁନ ମହାଳିକ ପରିଚାଳନା କରିଥିଲେ। ଚଳିତ ବର୍ଷ ଦଶମ ଏବଂ ଦାଦଶ ପରୀକ୍ଷାରେ ଭଲ ନମ୍ବର ରଖି ବିଦ୍ୟାଳୟର ନାମ ରଖିଥିବା ଛାତ୍ରୀଛାତ୍ରୀମାନଙ୍କୁ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଉଛି। ପରେ ବିଦ୍ୟାଳୟର ଖେଳ ଶିକ୍ଷକ ଅନିରୁଦ୍ଧ ମୁଦୁଲି ଏବଂ ଆର୍ଟ ଶିକ୍ଷକ ପରମେଶ୍ବର ସାମଲଙ୍କ ମାର୍ଗଦର୍ଶନରେ ଛାତ୍ରୀଛାତ୍ରମାନେ ଓଡ଼ିଶୀ, ସମ୍ବଲପୁରୀ, ଦେଶ ଭକ୍ତି ଆଦି ନୃତ୍ୟ ପରିବେଷଣ କରିଥିଲେ। ଯାହାକି ବେଶ ଚିତାକର୍ଷକ ହୋଇଥିଲା। ବିଦ୍ୟାଳୟର ଶିକ୍ଷକ ମୁକେଶ ସାହୁ, ସିଦ୍ଧେଶ୍ବର ଭୋଇ, ପ୍ରଦୀପ କୁମାର ନାଗ, ସଂଜୀବ କୁମାର ଭୋଇ, କିରାଣୀ ଲୋହିତ କୁମାର ନାଗ, ଶିକ୍ଷୟତ୍ରୀ ଶେଫାଳି ତନ୍ତି, ସଂଜୀବ କୁମାର ଭୁଏ, ଦେବବ୍ରତ ଦାସ, ବିଶ୍ବନାଥ ହେମ୍ବ୍ରମ, ଆଲୋକ କୁମାର ମହନ୍ତ, ରଣଜିତ ସାହୁ ପ୍ରମୁଖ ସହଯୋଗ କରିଥିଲେ l ଶେଷରେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ କ୍ଷୀରସିନ୍ଧୁ ଲୁହାର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri