ନିୟମ ମାନ, ନହେଲେ ଫେବୃୟାରୀରୁ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୫।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା, ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ସମେତ ବିପଦର ବନ୍ଧୁ, ଅଟୋ ସଂଘର କର୍ମକର୍ତ୍ତା ମାନେ ମିଳିତ ଭାବେ ଗୁରୁବାର ସନ୍ଧ୍ୟାରେ କଲେଜ ରୋଡ଼ରେ ସଡକ ସୁରକ୍ଷା ଉପରେ ଲୋକଙ୍କୁ ସଚେତନ କରାଇଥିଲେ। ରାସ୍ତାରେ ଯେଉଁ ବାଇକ୍ ଚାଳକ ହେଲମେଟ୍ ପିନ୍ଧି ଗାଡି ଚଳାଉଥିଲେ ସେମାନଙ୍କୁ ଗୋଲାପ ଫୁଲ ଦେଇ ସ୍ବାଗତ କରାଯାଇଥିଲା । ଯେଉଁ ମାନେ ହେଲମେଟ୍ ପିନ୍ଧି ନ ଥିଲେ ସେମାନଙ୍କୁ ଥାନା ପକ୍ଷରୁ ନୂଆ ହେଲମେଟ୍ ପ୍ରଦାନ କରାଯାଇଥିଲା । ବଡ ଗାଡ଼ି ଚାଳକକୁ ସିଟ୍ ବେଲ୍ଟ ପିନ୍ଧିବା, ନିଶାଦ୍ରବ୍ୟ ସେବନ ନ କରିବା ପ୍ରମୁଖ ବିଷୟରେ ସଚେତନ କରାଯାଇଥିଲା । ପ୍ରଶାସନର ଏହିଭଳି ଅଭିନବ ପ୍ରୟାସ ପାଇଁ ସାଧାରଣରେ ଲୋକେ ପ୍ରଶଂସା କରିଛନ୍ତି।

ସୂଚନା ଯୋଗ୍ୟ ଆସନ୍ତା ଫେବୃୟାରୀ ପହିଲା ରୁ ସଡ଼କ ପରିବହନ ନିୟମ କଡାକଡି ଭାବେ ପାଳନ ହେବ। ତେଣୁ ଲୋକେ ନିୟମକୁ କଡାକଡି ଭାବେ ପାଳନ କରନ୍ତୁ। ନଚେତ୍ ଫେବୃୟାରୀ ପହିଲାରୁ ଯେଉଁମାନେ ପରିବହନ ନିୟମ ଭଙ୍ଗ କରିବେ ସେମାନଙ୍କ ବିରୁଦ୍ଧର ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଥାନା ଅଧିକାରୀ ଜିବନାନନ୍ଦ ଜେନା ଆଜି ଲୋକଙ୍କୁ ସଚେତନ କରିବା ସମୟରେ ତାହା ସୂଚାଇ ଦେଇଛନ୍ତି। ଆଜିର ଏହି ସଚେତନତା କାର୍ଯ୍ୟକ୍ରମ ସମୟରେ ଥାନା ଅଧିକାରୀ ଜେନାଙ୍କ ସମେତ ଲେଜ ଅଧକ୍ଷ ରାଜେନ୍ଦ୍ର କୁମାର ଦାସ, ଏମଭିଆଇ କିଶୋର କୁମାର ଦେ, ଏସ ଆଇ ଲକ୍ଷ୍ମୀଧର ମହାନ୍ତି, ଜେ ଏମ ସାହୁ, ଲିପିନା ବିଶ୍ଵାଳ, ସମୀର କୁମାର ସେଠୀ, ଏ ଏସ ଆଇ ସତ୍ୟନାରାୟଣ ମଲ୍ଲ, ସୁଶାନ୍ତ କୁମାର ପଟ୍ଟନାୟକ, ଜାତୀୟ ସେବା ଯୋଜନା ଅଧିକାରୀ ବି ପ୍ରଧାନ, ସସ୍ମିତା କୁମାରୀ ଦାସ, ସମାଜସେବୀ ଶୂଳପାଣି ଶତପଥି ,ବିପଦର ବନ୍ଧୁ କର୍ମକର୍ତ୍ତା ଅରକ୍ଷିତ ପରିଛା, ଅଟୋ ସଂଘର କର୍ମକର୍ତ୍ତା ପ୍ରମୁଖ ସାମିଲ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri