ସାମ୍ବାଧାନିକ ନୀତି, ନିୟମ, ଶିକ୍ଷାକୁ ନେଇ ସଚେତନତା

ଭଞ୍ଜନଗର,୨୭ା୪(ବାବୁଲା ପ୍ରଧାନ): ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ଗୃହ ଭେଜିପୁଟଠାରେ କାଳଞ୍ଜି ସମାଜର ସାମ୍ବିଧାନିକ ବୈଠକ ସଭାପତି ବିଭୂତି ଭୂଷଣ ଜେନାଙ୍କ ସଭାପତିତ୍ୱରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ପ୍ରାକ୍ତନ ସଭାପତି ବିଜୟାନନ୍ଦ ବିଷୋୟୀ କୁଳଦେବତା ବିଶ୍ୱରୂପୀ ଭଗବାନଙ୍କୁ ପୂଜାର୍ଚ୍ଚନା କରି ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟଅତିଥି ଭାବେ କେନ୍ଦ୍ର ସଭାପତି ସନ୍ତୋଷ କୁମାର ଜେନା, ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା, ସମ୍ପାଦକ ସୁବାସ ଚନ୍ଦ୍ର ତାରିଣୀ, ନିରଞ୍ଜନ ସାହୁ,ସୁବଳ ଚନ୍ଦ୍ର ଭୂୟାଁଙ୍କ ସମେତ କିଛି କର୍ମକର୍ତ୍ତା ଯୋଗଦେଇ ସମାଜ ସଂଗଠନ, ଶିକ୍ଷା, କୃଷି, ବାଲ୍ୟ ବିବାହ ସଚେତନତା, ସମାଜର ସାମ୍ବିଧାନିକ ନୀତି, ନିୟମ ଉପରେ କହିଥିଲେ।
ନିୟମାନୁଯାୟୀ କମିଟିର କାର୍ଯ୍ୟକାଳ ସମାପ୍ତି ହୋଇଯାଇଥିବାରୁ ଏକ ୧୫ଜଣିଆ ନୂତନ କମିଟି ଗଠନ କରାଯାଇଥିଲା। ଏଥିରେ ସଭାପତି ଭାବେ ଚିଦାନନ୍ଦ ସୱାଇଁ, ସମ୍ପାଦକ ଭାବେ ସନ୍ତୋଷ କୁମାର ଜେନା, ଉପସଭାପତି ପ୍ରମୋଦ କୁମାର ବିଷୋୟୀ, ସହ ସମ୍ପାଦକ ଭାବେ ବିଶ୍ୱନାଥ ସ୍ବାଇଁ, ଅଭିମନ୍ୟୁ ବିଷୋୟୀ, ହରିହର ନାୟକ ଓ ଉପଦେଷ୍ଟା ଭାବେ ବିଭୁତିଭୂଷଣ ଜେନା, ଗଙ୍ଗାଧର ନାୟକ ଙ୍କୁ ମନୋନୀତ କରାଯାଇଥିଲା। ଅଞ୍ଚଳ ସଭାପତି ଜଗବନ୍ଧୁ ଜେନା ନବଗଠିତ କମିଟି ସଦସ୍ୟ ଓ କର୍ମକର୍ତ୍ତାମାନଙ୍କୁ କୁଳଦେବତା ବିଶ୍ୱମୂର୍ତ୍ତି ଆଗରେ ଶପଥ ପାଠ କରାଇଥିଲେ। ବିଦାୟୀ କମିଟିଙ୍କୁ ଗ୍ରାମବାସୀଙ୍କ ତରଫରୁ ପ୍ରଶଂସାପତ୍ର ସହ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଏଥିସହ ସମାଜ ସଂଗଠନଙ୍କୁ ସୁଦୃଢ଼ କରି ଜାତିର ସେବା, ସହଯୋଗ ଓ ଶୃଙ୍ଖଳିତ ଆଚରଣ ପାଇଁ ପ୍ରାକ୍ତନ ସଭାପତି ବିଜୟା ନନ୍ଦ ବିଷୋୟୀ, ପର୍ଶୁରାମ ତାରିଣୀ, ଚିଦାନନ୍ଦ ସ୍ବାଇଁ, ଅରୁଣ କୁମାର ନାୟକ ଓ ନଟବର ଭୂୟାଁଙ୍କୁ ପ୍ରଶଂସାପତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା । ଏହିଅବସରରେ ଗ୍ରାମ କମିଟି ତରଫରୁ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ଗ୍ରାମର ବହୁ ସମାଜ ଭାଇ ଉପସ୍ଥିତ ରହିକାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶେଷରେ ସମ୍ପାଦକ ସନ୍ତୋଷ ଜେନା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?