ପ୍ଲାଷ୍ଟିକ୍‌ ବ୍ୟବହାର କମାଇବା ନେଇ ସଚେତନତା

ଭୁବନେଶ୍ୱର,୧୬ା୮: ସତ୍ୟନଗର ଲେଡିଜ୍‌ ଫୋରମ ପକ୍ଷରୁ ସ୍ଥାନୀୟ ପାର୍କଠାରେ ୭୭ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ସଦସ୍ୟଙ୍କ ସମେତ ବାଲ୍‌ବିହାର ବିଦ୍ୟାଳୟର ପ୍ରାୟ ୨oo କୁନିକୁନି ପିଲା ଜାତୀୟ ସଙ୍ଗୀତ ଗାନ କରିଥିଲେ। ଅନୁଷ୍ଠାନ ପକ୍ଷରୁ ପିଲାମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ନିକଟସ୍ଥ ଭେଣ୍ଡିଂ ଜୋନ୍‌ରେ ପ୍ଲାଷ୍ଟିକ ବ୍ୟବହାର କମାଇବା ପାଇଁ ସଚେତନତା ସୃଷ୍ଟି କରାଯାଇ ପେପର ବ୍ୟାଗ୍‌ ବଣ୍ଟନ କରାଯାଇଥିଲା। ଅନୁଷ୍ଠାନର ସଦସ୍ୟା ଶୁଭେଦିତା ରାୟ, କାଜଲ ମହାପାତ୍ର, ସରିତା ପଟ୍ଟନାୟକ, ଦୀପ୍ତି ବେହେରା, ଲକ୍ଷ୍ମୀପ୍ରିୟା ମିଶ୍ର, ରତ୍ନପ୍ରଭା ରାୟ, ଲୁନା ଦାଶ, ଗୋବିନ୍ଦ ପାତ୍ର, ସାଜିଦ ଓ ସତ୍ୟନଗର ଯୋଗକେନ୍ଦ୍ରର ମହିଳାମାନେ ମଧ୍ୟ ଯୋଗ ଦେଇଥିଲେ। ଅନୁଷ୍ଠାନର ସମ୍ପାଦିକା ଅନୁରାଧା ଦାଶଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri