ବାଲ୍ୟବିବାହ ନିବାରଣ ସଚେତନ

ଦିଗପହଣ୍ଡି,୧୦|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ସୋମବାର ” ବାଲ୍ୟବିବାହ ନିବାରଣ” ସଂପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଜାତୀୟ ସେବା ସଂସ୍ଥା, ଯୁବ ରେଡକ୍ରସ ଓ ଭାରତ ସ୍କାଉଟ ଗାଇଡର  ମିଳିତ ଆନୁକୁଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ  ନିହାର ରଞ୍ଜନ କର ସଭାପତିତ୍ବ କରିଥିବାବେଳେ ମୁଖ୍ଯ ଅତିଥି ରୂପେ ଦିଗପହଣ୍ଡି ସିଡିପିଓ  ପୁଷ୍ପାଞ୍ଜଳୀ ଶତପଥି , ସମ୍ମାନିତ ଅତିଥି ରୂପେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ  ସୁଧିରଞ୍ଜନ ହୋତା , ଅଧ୍ୟାପିକା ଇତିପ୍ରଭା , କୁମାରୀ ପ୍ରିୟଦର୍ଶନୀ ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ । ବାଲ୍ୟବିବାହ ଏକ ଘୃଣ୍ୟ ଅପରାଧ ଏବଂ ଏହାର ନିରାକରଣ ସମ୍ପର୍କରେ ଅତିଥିବୃନ୍ଦ ଉପସ୍ଥିତ ଛାତ୍ରୀ ଛାତ୍ର ମାନଙ୍କୁ ସଚେତନ କାରାଇଥିଲେ । ଆନ୍ତର୍ଜାତିୟ ମହିଳା ଦିବସ ପାଳନର ଅବ୍ଯବହିତ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଲେଜରେ  କାର୍ଯ୍ୟରତ  ସମସ୍ତ ଅଧ୍ୟାପିକା ଅଧ୍ୟାପକ ଓ ଅଣଶିକ୍ଷକ ମହିଳା କର୍ମଚାରୀଙ୍କୁ ସେମାନଙ୍କ ସେବା ଓ କର୍ତ୍ତବ୍ୟନିଷ୍ଠା ପାଇଁ ପୁଷ୍ପ ଗୁଚ୍ଛ ଓ  ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ  ଯୁବ ରେଡକ୍ରସର ଉପଦେଷ୍ଟା ଅଧ୍ୟାପକ ରଞ୍ଜନ କୁମାର ଗୌଡ ସହଯୋଗ କରିଥିଲେ ।ଏଥିରେ କଲେଜର ସମସ୍ତ କର୍ମଚାରୀ ଓ  ଛାତ୍ରୀଛାତ୍ର ଉପସ୍ଥିତ ଥିଲେ ।ଶେଷରେ ଭାରତ ସ୍କାଉଟ ଏବଂ ଗାଇଡର ପ୍ରଶିକ୍ଷକ ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri