ବାଲ୍ୟବିବାହ ନିବାରଣ ସଚେତନ

ଦିଗପହଣ୍ଡି,୧୦|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ସୋମବାର ” ବାଲ୍ୟବିବାହ ନିବାରଣ” ସଂପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଜାତୀୟ ସେବା ସଂସ୍ଥା, ଯୁବ ରେଡକ୍ରସ ଓ ଭାରତ ସ୍କାଉଟ ଗାଇଡର  ମିଳିତ ଆନୁକୁଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ  ନିହାର ରଞ୍ଜନ କର ସଭାପତିତ୍ବ କରିଥିବାବେଳେ ମୁଖ୍ଯ ଅତିଥି ରୂପେ ଦିଗପହଣ୍ଡି ସିଡିପିଓ  ପୁଷ୍ପାଞ୍ଜଳୀ ଶତପଥି , ସମ୍ମାନିତ ଅତିଥି ରୂପେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ  ସୁଧିରଞ୍ଜନ ହୋତା , ଅଧ୍ୟାପିକା ଇତିପ୍ରଭା , କୁମାରୀ ପ୍ରିୟଦର୍ଶନୀ ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ । ବାଲ୍ୟବିବାହ ଏକ ଘୃଣ୍ୟ ଅପରାଧ ଏବଂ ଏହାର ନିରାକରଣ ସମ୍ପର୍କରେ ଅତିଥିବୃନ୍ଦ ଉପସ୍ଥିତ ଛାତ୍ରୀ ଛାତ୍ର ମାନଙ୍କୁ ସଚେତନ କାରାଇଥିଲେ । ଆନ୍ତର୍ଜାତିୟ ମହିଳା ଦିବସ ପାଳନର ଅବ୍ଯବହିତ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଲେଜରେ  କାର୍ଯ୍ୟରତ  ସମସ୍ତ ଅଧ୍ୟାପିକା ଅଧ୍ୟାପକ ଓ ଅଣଶିକ୍ଷକ ମହିଳା କର୍ମଚାରୀଙ୍କୁ ସେମାନଙ୍କ ସେବା ଓ କର୍ତ୍ତବ୍ୟନିଷ୍ଠା ପାଇଁ ପୁଷ୍ପ ଗୁଚ୍ଛ ଓ  ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ  ଯୁବ ରେଡକ୍ରସର ଉପଦେଷ୍ଟା ଅଧ୍ୟାପକ ରଞ୍ଜନ କୁମାର ଗୌଡ ସହଯୋଗ କରିଥିଲେ ।ଏଥିରେ କଲେଜର ସମସ୍ତ କର୍ମଚାରୀ ଓ  ଛାତ୍ରୀଛାତ୍ର ଉପସ୍ଥିତ ଥିଲେ ।ଶେଷରେ ଭାରତ ସ୍କାଉଟ ଏବଂ ଗାଇଡର ପ୍ରଶିକ୍ଷକ ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri