ଯୌନ ନିର୍ଯାତନା ବିରୋଧରେ ସଚେତନତା ଜରୁରୀ

ଥୁଆମୂଳ ରାମପୁର,୧ା୮ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦରସ୍ଥିତ ମା’ ମାଣିକେଶ୍ୱରୀ ପଞ୍ଚାୟତ ସମିତି ମହାବିଦ୍ୟାଳୟଠାରେ ଗୁରୁବାର ତାଲୁକ ଆଇନସେବା କମିଟି ଅଧ୍ୟକ୍ଷ ତଥା ଜେଏମ୍‌ଏଫ୍‌ସି କୋର୍ଟର ବିଚାରପତି ଡ. ତାରିଣୀ ପ୍ରସାଦ ସାହୁଙ୍କ ତତ୍ତ୍ୱାବଧାନରେ ଯୌନ ନିର୍ଯାତନା ସୁରକ୍ଷା ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ରୂପେ ବିଚାରପତି ସାହୁ ଯୋଗଦେଇଥିବା ବେଳେ ମାଁ ମାଣିକେଶ୍ବରୀ ପଞ୍ଚାୟତ ସମିତି ମହାବିଦ୍ୟାଳୟ ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ତଛିନା ମୁଖ୍ୟବକ୍ତା ଓ ସରକାରୀ ଓକିଲ ଦେବଦତ୍ତ ଜୋଷୀ, ଆଇନଜୀବୀ ପ୍ରିୟଙ୍କା ମାଝୀ ଓ ଦିଲୀପ କୁମାର ନାଏକ, ଥାନା ଏଏସ୍‌ଆଇ ପ୍ରହଲ୍ଲାଦ ପାଣିଗ୍ରାହୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମକୁ ସରୋଜ କୁମାର ପଟ୍ଟଯୋଷୀ ପରିଚାଳନା କରିଥିଲେ। ମୁଖ୍ୟବକ୍ତା ମୁଣ୍ତଛିନା ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଯୌନ ନିର୍ଯାତନା ସୁରକ୍ଷା ଆଇନ ଉପରେ ଅବଗତ କରିଥିଲେ। ମୁଖ୍ୟ ଅତିଥି ବିଚାରପତି ସାହୁ ଏହି ଆଇନ ଉପରେ ଆଲୋଚନା କରିବା ସହ ଏଥିପାଇଁ ରହିଥିବା ଦଣ୍ଡବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ। ଏଣୁ ଛାତ୍ରୀଛାତ୍ର ଭୟ ନ କରି ଯଦି ସେମାନଙ୍କ ପ୍ରତି ଅନ୍ୟାୟ ଅତ୍ୟାଚାର ହୁଏ ତେବେ ଆଇନର ଆଶ୍ରୟ ନେବାକୁ ବୁଝାଇ ଥିଲେ। ଜେଏମ୍‌ଏଫ୍‌ସି କୋର୍ଟର କାର୍ମଚାରୀ ଓ ସ୍ଥାନୀୟ କଲେଜର କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ଲଗାଣ ବର୍ଷାରେ ଥୁଆମୂଳ ରାମପୁର ବେହାଲ: ଭାଙ୍ଗିଲା ଘର, ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମୁହଁ ଖୋଲିଲେ RI

ଥୁଆମୂଳ ରାମପୁର,୨୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri