ଆର୍ସେଲରମିତ୍ତଲ ପକ୍ଷରୁ ସଚେତନତା ଶିବିର

ଭୁବନେଶ୍ୱର,୩୧।୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ଆର୍ସେଲରମିତ୍ତଲ ପକ୍ଷରୁ ଏକ ମେଗା ସ୍ବାସ୍ଥ୍ୟ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ଏପରିକି କେନ୍ଦୁଝର ବ୍ଲଡ ବ୍ୟାଙ୍କ ସହଯୋଗରେ କମ୍ପାନୀର ଠାକୁରାଣୀ ଆଇରନ୍‌ ଓର ମାଇନ୍ସ ପରିସରରେ ଏକ ରକ୍ତଦାନ ଶିବିର ସାଙ୍ଗକୁ ଉଚ୍ଚ ରକ୍ତଚାପ ଉପରେ ଏକ ସ୍ବାସ୍ଥ୍ୟ ସଚେତନତା ଶିବିର ମଧ୍ୟ ଆୟୋଜିତ ହୋଇଥିଲା। ବିଶେଷକରି କମ୍ପାନୀର ସମସ୍ତ ଅଧିକାରୀ, କର୍ମଚାରୀ, ଶ୍ରମିକ, ଅପରେଟର ଏବଂ ସୁରକ୍ଷାକର୍ମୀମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଉକ୍ତ ଶିବିର ଜରିଆରେ ମୋଟ ୫୦ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆର୍ସେଲରମିତ୍ତଲ ଠାକୁରାଣୀ ଆଇରନ୍‌ ଏବଂ ମାଇନ୍ସର ଜେନେରାଲ ମ୍ୟାନେଜର ପ୍ରମୋଦ ମିଶ୍ର କହିଥିଲେ, ନିୟମିତ ବ୍ୟବଧାନରେ କମ୍ପାନୀ ପକ୍ଷରୁ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ କରାଯାଉଛି। ବିଶେଷକରି ଏକ ସୁସ୍ଥ ଜୀବନଯାପନ ପାଇଁ ସ୍ବାସ୍ଥ୍ୟସେବା ଶିବିର ବେଶ୍‌ ଗୁରୁତ୍ୱ ଅଟେ। ଏପରିକି ସବୁ ବର୍ଗର ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ହେଉଛି ଉକ୍ତ ଶିବିର ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ସେ ମତପ୍ରକାଶ କରିଛନ୍ତି। ଏହି ଅବସରରେ ଠାକୁରାଣୀ ଆଇରନ୍‌ ଓର ମାଇନ୍ସର ଜେନେରାଲ ମ୍ୟାନେଜର ତାପସ ପଣ୍ଡା, ସିଏସ୍‌ଆର୍‌ ମ୍ୟାନେଜର ଜଗଦୀଶ ଭୋନାଗିରି, ସେଫ୍ଟି ବିଭାଗ ମୁଖ୍ୟ ପ୍ରମୋଦ ଆଚାର୍ଯ୍ୟ, କଲ୍ୟାଣ ଅଧିକାରୀ ଅନିଲ ରାହୀ,ଏମ୍‌ଡିଓ ପ୍ରତିନିଧି ତଥା ଡା. ସୁବ୍ରତ ଧଳ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri