ଆର୍ସେଲରମିତ୍ତଲ ପକ୍ଷରୁ ସଚେତନତା ଶିବିର

ଭୁବନେଶ୍ୱର,୩୧।୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ଆର୍ସେଲରମିତ୍ତଲ ପକ୍ଷରୁ ଏକ ମେଗା ସ୍ବାସ୍ଥ୍ୟ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ଏପରିକି କେନ୍ଦୁଝର ବ୍ଲଡ ବ୍ୟାଙ୍କ ସହଯୋଗରେ କମ୍ପାନୀର ଠାକୁରାଣୀ ଆଇରନ୍‌ ଓର ମାଇନ୍ସ ପରିସରରେ ଏକ ରକ୍ତଦାନ ଶିବିର ସାଙ୍ଗକୁ ଉଚ୍ଚ ରକ୍ତଚାପ ଉପରେ ଏକ ସ୍ବାସ୍ଥ୍ୟ ସଚେତନତା ଶିବିର ମଧ୍ୟ ଆୟୋଜିତ ହୋଇଥିଲା। ବିଶେଷକରି କମ୍ପାନୀର ସମସ୍ତ ଅଧିକାରୀ, କର୍ମଚାରୀ, ଶ୍ରମିକ, ଅପରେଟର ଏବଂ ସୁରକ୍ଷାକର୍ମୀମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଉକ୍ତ ଶିବିର ଜରିଆରେ ମୋଟ ୫୦ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆର୍ସେଲରମିତ୍ତଲ ଠାକୁରାଣୀ ଆଇରନ୍‌ ଏବଂ ମାଇନ୍ସର ଜେନେରାଲ ମ୍ୟାନେଜର ପ୍ରମୋଦ ମିଶ୍ର କହିଥିଲେ, ନିୟମିତ ବ୍ୟବଧାନରେ କମ୍ପାନୀ ପକ୍ଷରୁ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ କରାଯାଉଛି। ବିଶେଷକରି ଏକ ସୁସ୍ଥ ଜୀବନଯାପନ ପାଇଁ ସ୍ବାସ୍ଥ୍ୟସେବା ଶିବିର ବେଶ୍‌ ଗୁରୁତ୍ୱ ଅଟେ। ଏପରିକି ସବୁ ବର୍ଗର ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ହେଉଛି ଉକ୍ତ ଶିବିର ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ସେ ମତପ୍ରକାଶ କରିଛନ୍ତି। ଏହି ଅବସରରେ ଠାକୁରାଣୀ ଆଇରନ୍‌ ଓର ମାଇନ୍ସର ଜେନେରାଲ ମ୍ୟାନେଜର ତାପସ ପଣ୍ଡା, ସିଏସ୍‌ଆର୍‌ ମ୍ୟାନେଜର ଜଗଦୀଶ ଭୋନାଗିରି, ସେଫ୍ଟି ବିଭାଗ ମୁଖ୍ୟ ପ୍ରମୋଦ ଆଚାର୍ଯ୍ୟ, କଲ୍ୟାଣ ଅଧିକାରୀ ଅନିଲ ରାହୀ,ଏମ୍‌ଡିଓ ପ୍ରତିନିଧି ତଥା ଡା. ସୁବ୍ରତ ଧଳ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri