ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସଚେତନତା ଅଭିଯାନ

ଭୁବନେଶ୍ୱର, ୫।୯: ଆର୍ସଲର ମିତ୍ତଲ ନିପ୍ପନ୍‌ ଷ୍ଟିଲ (ଏଏମଏନଏସ) ଇଣ୍ଡିଆ ପକ୍ଷରୁ ଏକ ଅଭିନବ ପଦକ୍ଷେପ ସାଙ୍ଗକୁ ଜନ ସଚେତନତା ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଡେଙ୍ଗୁ ମଶାରୁ ମୁକ୍ତି ପାଇବା ଏବଂ ସ୍ଥାନୀୟ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ କଲ୍ୟାଣ ନିମନ୍ତେ ପ୍ରୋଜେକ୍ଟ ଆରୋଗ୍ୟ ଅଧୀନରେ କମ୍ପାନୀ ପକ୍ଷରୁ ଡେଙ୍ଗୁ ସଚେତନତା ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନ କେନ୍ଦୁଝର ଜିଲା ବଡ଼ବିଲ ପୌରପାଳିକାର ୨ ଓ ୩ ନମ୍ବର ୱାର୍ଡ ଏବଂ ଦେଓଝର ଠାକୁରାଣୀ ଗ୍ରାମରେ ଆରମ୍ଭ କରାଯାଇଛି। ଏଥିସହିତ ଡେଙ୍ଗୁ ମଶା ଦାଉରୁ ରକ୍ଷା ପାଇବା ପାଇଁ ୧୦୦୦ ସ୍ବତନ୍ତ୍ର ମଶାରି ମଧ୍ୟ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏଏମଏନଏସ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଆର୍ସଲର ମିତ୍ତଲ ଠାକୁରାଣୀ ଲୁହାପଥର ଖଣିର ମହାପ୍ରବନ୍ଧକ ପ୍ରମୋଦ ମିଶ୍ର, ବଡବିଲ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା, ୱାର୍ଡ-୨ କାଉନସିଲର ବବିରାଣୀ ମହନ୍ତଙ୍କ ସମେତ କମ୍ପାନୀର କମ୍ୟୁନିଟି ସଦସ୍ୟ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ଡେଙ୍ଗୁ ସଚେତନତା ଭ୍ୟାନକୁ ଅତିଥିମାନେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏ ସମ୍ପର୍କରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସିଏସଆର ମୁଖ୍ୟ ଡ.ବିକାଶ ୟାଦବେନ୍ଦୁ କହିଛନ୍ତି, କମ୍ପାନୀ କାର୍ଯ୍ୟକ୍ଷେତ୍ର ସହିତ ପାରିପାର୍ଶ୍ୱକ ସମ୍ପ୍ରଦାୟର କଲ୍ୟାଣ ପାଇଁ ସକ୍ରିୟ ଭାବେ କାର୍ଯ୍ୟ କରୁଛି। ସେହିଭଳି ୱାର୍ଡ-୨ କାଉନସିଲର ବବିରାଣୀ ମହନ୍ତ, ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ପ୍ରୟାସ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟ ଓ କଲ୍ୟାଣରେ ଉନ୍ନତି ଆଣିବା ଦିଗରେ କମ୍ପାନୀର ପ୍ରତିବଦ୍ଧତାକୁ ପ୍ରଶଂସା କରିଥିଲେ। ବିଶେଷ କରି ମଶାଙ୍କ ପ୍ରଜନନକୁ ରୋକିବା ପାଇଁ ବ୍ୟକ୍ତିଗତସ୍ତର ଓ ଆଖପାଖ ଅଞ୍ଚଳରେ ସ୍ବଚ୍ଛତା ବଜାୟ ରଖିବାକୁ ସେ ଗ୍ରାମବାସୀଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ୨୦୨୬ ମାର୍ଚ୍ଚରୁ ଆରମ୍ଭ ହେବ ତାଣ୍ଡବ! ଡିସେମ୍ୱରରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ କୋଭିଡ-୧୯ ମହାମାରୀ, ୯/୧୧ ଆକ୍ରମଣ ଏବଂ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ଭଳି ଘଟଣା ଅନ୍ତର୍ଭୁକ୍ତ। ତାଙ୍କର କିଛି ଭବିଷ୍ୟବାଣୀ ୨୦୨୬ ବର୍ଷ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri