ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସଚେତନତା ଅଭିଯାନ

ଭୁବନେଶ୍ୱର, ୫।୯: ଆର୍ସଲର ମିତ୍ତଲ ନିପ୍ପନ୍‌ ଷ୍ଟିଲ (ଏଏମଏନଏସ) ଇଣ୍ଡିଆ ପକ୍ଷରୁ ଏକ ଅଭିନବ ପଦକ୍ଷେପ ସାଙ୍ଗକୁ ଜନ ସଚେତନତା ଅଭିଯାନର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଡେଙ୍ଗୁ ମଶାରୁ ମୁକ୍ତି ପାଇବା ଏବଂ ସ୍ଥାନୀୟ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ କଲ୍ୟାଣ ନିମନ୍ତେ ପ୍ରୋଜେକ୍ଟ ଆରୋଗ୍ୟ ଅଧୀନରେ କମ୍ପାନୀ ପକ୍ଷରୁ ଡେଙ୍ଗୁ ସଚେତନତା ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନ କେନ୍ଦୁଝର ଜିଲା ବଡ଼ବିଲ ପୌରପାଳିକାର ୨ ଓ ୩ ନମ୍ବର ୱାର୍ଡ ଏବଂ ଦେଓଝର ଠାକୁରାଣୀ ଗ୍ରାମରେ ଆରମ୍ଭ କରାଯାଇଛି। ଏଥିସହିତ ଡେଙ୍ଗୁ ମଶା ଦାଉରୁ ରକ୍ଷା ପାଇବା ପାଇଁ ୧୦୦୦ ସ୍ବତନ୍ତ୍ର ମଶାରି ମଧ୍ୟ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏଏମଏନଏସ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଆର୍ସଲର ମିତ୍ତଲ ଠାକୁରାଣୀ ଲୁହାପଥର ଖଣିର ମହାପ୍ରବନ୍ଧକ ପ୍ରମୋଦ ମିଶ୍ର, ବଡବିଲ ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା, ୱାର୍ଡ-୨ କାଉନସିଲର ବବିରାଣୀ ମହନ୍ତଙ୍କ ସମେତ କମ୍ପାନୀର କମ୍ୟୁନିଟି ସଦସ୍ୟ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ଡେଙ୍ଗୁ ସଚେତନତା ଭ୍ୟାନକୁ ଅତିଥିମାନେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏ ସମ୍ପର୍କରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସିଏସଆର ମୁଖ୍ୟ ଡ.ବିକାଶ ୟାଦବେନ୍ଦୁ କହିଛନ୍ତି, କମ୍ପାନୀ କାର୍ଯ୍ୟକ୍ଷେତ୍ର ସହିତ ପାରିପାର୍ଶ୍ୱକ ସମ୍ପ୍ରଦାୟର କଲ୍ୟାଣ ପାଇଁ ସକ୍ରିୟ ଭାବେ କାର୍ଯ୍ୟ କରୁଛି। ସେହିଭଳି ୱାର୍ଡ-୨ କାଉନସିଲର ବବିରାଣୀ ମହନ୍ତ, ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ପ୍ରୟାସ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟ ଓ କଲ୍ୟାଣରେ ଉନ୍ନତି ଆଣିବା ଦିଗରେ କମ୍ପାନୀର ପ୍ରତିବଦ୍ଧତାକୁ ପ୍ରଶଂସା କରିଥିଲେ। ବିଶେଷ କରି ମଶାଙ୍କ ପ୍ରଜନନକୁ ରୋକିବା ପାଇଁ ବ୍ୟକ୍ତିଗତସ୍ତର ଓ ଆଖପାଖ ଅଞ୍ଚଳରେ ସ୍ବଚ୍ଛତା ବଜାୟ ରଖିବାକୁ ସେ ଗ୍ରାମବାସୀଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri