ବିଶ୍ୱ ଆଦିବାସୀ ଦିବସ ସମ୍ପର୍କରେ ଲୋକଙ୍କୁ ସଚେତନ, ହଜି ଯାଉଥିବା ପାରମ୍ପରିକ ଚଳଣିକୁ…

ଦାରିଙ୍ଗବାଡ଼ି,୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି କୁଇକୁଳ ସମିତି ପକ୍ଷରୁ ବିଶ୍ୱ ଆଦିବାସୀ ଦିବସକୁ ଧୂମ୍‌ଧାମରେ ପାଳନ କରାଯାଇଛି। ସମିତିର ସଭାପତି କରୁଣାକର ପ୍ରଧାନଙ୍କ ନେତୃତ୍ୱରେ ଏହି ଦିବସ ପାଳନ ଅବସରରେ ଆଦିବାସୀଙ୍କ ସମସ୍ୟାର ସମାଧାନ ସମ୍ପର୍କରେ ଆଲୋଚନା କରାଯାଇଥିବା ବେଳେ ଏହି ଦିବସର ମହତ୍ତ୍ୱ ସମ୍ପର୍କରେ କୁହାଯାଇଥିଲା। ଏଥିସହ ଆଦିବାସୀଙ୍କ ପାରମ୍ପରିକ ଚାଷ ଚଳଣି, ସଂସ୍କୃତି, ପୋଷାକ, ଅଳଙ୍କାର, ଖାଦ୍ୟ ଆଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। ଯେଉଁ ସବୁ ପାରମ୍ପରିକ ଚଳଣି ଆଦିରେ ପରିବର୍ତ୍ତନ ଆସୁଛି ତାକୁ ପୁନଃରୁଦ୍ଧାର ପାଇଁ ଆଲୋଚନା ହୋଇଥିଲା।

ସେହିପରି ଆଦିବାସୀଙ୍କ ଅଧିକାର, ଜଙ୍ଗଲ ଜମି ପାରମ୍ପରିକ ଚାଷ ଆଦି ଆଲୋଚନା କରାଯାଇଥିଲା। ଏହି ପ୍ରରିପ୍ରେକ୍ଷୀରେ ପାରମ୍ପରିକ ବାଦ୍ୟଯନ୍ତ୍ରରେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ଦାରିଙ୍ଗବାଡ଼ି ସହର ପରିକ୍ରମା କରି ସାରିଙ୍ଗିଇର୍ପି ପଡ଼ିଆଠାରେ ପହଞ୍ଚି ସେଠାରେ ବୈଠକ ଅନୁଷ୍ଠିତ ହୋଇଥିଲା।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କୁଇକୁଳ ସମିତିର ସମ୍ପାଦକ ଶୁକଦେବ ପ୍ରଧାନ, ଉପସଭାପତି ପୁରେ ପ୍ରଧାନ, କୋଷାଧ୍ୟକ୍ଷ ରମାକାନ୍ତ ପ୍ରଧାନ, ଶରତ ଚନ୍ଦ୍ର ପ୍ରଧାନ, ଜ୍ୟୋତିରାଜ ପ୍ରଧାନ, ସୁନୀଲ ପ୍ରଧାନ, ଆବ୍ରାହମ ପ୍ରଧାନ, ଅଜୟ ଚନ୍ଦ୍ର ପଡ୍ରା, କୁଶନାଥ ପ୍ରଧାନଙ୍କ ସମେତ ବିଭନ୍ନ ପଞ୍ଚାୟତର ଶତାଧିକ ଆଦିବାସୀ ଭଉଣୀ ଭାଇ ଯୋଗଦେଇଥିଲେ। ଏହି ଦିବସ ପାଇଁ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri