ସୁଧାର ଆଣିପାରିବ ସଚେତନତା

ଛେଣ୍ଡିପଦା, ୨୩।୧୧ (ସ୍ବ.ପ୍ର.): ବଢ଼ୁଛି ଅପମିଶ୍ରିତ ଖାଦ୍ୟ ପଦାର୍ଥ ବିକ୍ରି। ଖାଉଟିଙ୍କ ସ୍ବାସ୍ଥ୍ୟ ସହ ଖେଳୁଛନ୍ତି ଲାଭଖୋର ବ୍ୟବସାୟୀ। ମାପ ଓଜନରେ ମଧ୍ୟ ଠକାଯାଉଛି ଗ୍ରାହକଙ୍କୁ। ଏପରି ଅସାଧୁ ପ୍ରକ୍ରିୟା ଉପରେ ରୋକ୍‌ ଲଗାଇବାକୁ ପ୍ରଶାସନ ପକ୍ଷରୁ ବିବିଧ ଶୃଙ୍ଖଳା ଟିମ୍‌ ମାଧ୍ୟମରେ କରାଯାଉଛି ଯାଞ୍ଚ। ହେଲେ ନିୟମିତ ଚଢ଼ାଉ ହେଉ ନ ଥିବା ବେଳେ ଉଠାଦୋକାନୀ, କ୍ଷୁଦ୍ର ବ୍ୟବସାୟୀଙ୍କଠାରୁ ଅଧିକ ଜରିମାନା ଆଦାୟ କରାଯାଉଛି। ଏହାକୁ ବ୍ୟବସାୟୀମାନେ ନାପସନ୍ଦ କରିଛନ୍ତି। ବଡ଼ ବ୍ୟବସାୟ ପ୍ରତିଷ୍ଠାନରେ ଯାଞ୍ଚ ସହ ଛୋଟ ବ୍ୟବସାୟୀମାନଙ୍କୁ ସରକାରୀ ନୀତି ନିୟମ ସମ୍ପର୍କରେ ସଚେତନ କରାଗଲେ ସ୍ଥିତିରେ ସୁଧାର ଆସିପାରିବ ବୋଲି ଛେଣ୍ଡିପଦାର କେତେଜଣ ବ୍ୟବସାୟୀ ମତ ଦେଇଛନ୍ତି।
ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ଅଞ୍ଚଳରେ ମଙ୍ଗଳବାର ବିବିଧ ଶୃଙ୍ଖଳା ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଅନୁଗୋଳ ଉପଜିଲାପାଳ ବୈତୁରା ଦୀପଙ୍କ ନିର୍ଦ୍ଦେଶରେ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା, ଯୋଗାଣ ବିଭାଗ, ଖାଦ୍ୟ ନିରାପତ୍ତା, ଓଜନ ମାପ ବିଭାଗ, ରାଜସ୍ବ ଓ ବନ ବିଭାଗ ଅଧିକାରୀମାନେ ଏହି ଚଢ଼ାଉ କରିଥିଲେ। ଏହି ଟିମ୍‌ ଆଉଁଳି ନଦୀ ବାଲିଘାଟ, ଖମାର ଗ୍ରାମ ମୁଣ୍ଡରେ ଜଗି ରହି ବେଆଇନ ବାଲି ଓ ଇଟା ପରିବହନ କରୁଥିବା ଟ୍ରାକ୍ଟରଗୁଡ଼ିକୁ ଅଟକାଇ ଜରିମାନା ଆଦାୟ କରିଥିଲା। ଏଥିସହ ବାଗଡିଆ ବଜାରରେ ଥିବା ବିଭିନ୍ନ ଦୋକାନ ଚଢାଉ କରିଥିଲା। ଅସ୍ବାସ୍ଥ୍ୟକର ପରିବେଶରେ ଖାଦ୍ୟ ପ୍ରସ୍ତୁତ ହେଉଥିବାରୁ କେତେଜଣ ଦୋକାନୀଙ୍କଠାରୁ ଜରିମାନା ହୋଇଥିଲା। ଏହାକୁ ସାଧାରଣ ଖାଉଟି ସ୍ବାଗତ କରିଥିଲେ। ଏପରି ଚଢ଼ାଉକୁ ନିୟମିତ କରିବାକୁ ଦାବି କରିଥିଲେ। ସେହିପରି ଜରିମାନା ଆଦାୟ ପୂର୍ବରୁ ସରକାରୀ ଆଇନ ସମ୍ପର୍କରେ ସଚେତନ କରାଗଲେ ଏହାର ପ୍ରକୃତ ସୁଫଳ ଲୋକଙ୍କୁ ମିଳନ୍ତା ବୋଲି ବ୍ୟବସାୟୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri